ଆସନ୍ତାକାଲିର ରାଶିଫଳ, ଆପଣଙ୍କ କଥା ଓ ଗୌରବଗାଥା ବନ୍ଧୁମାନଙ୍କ ମୁଖମଣ୍ଡନ କରିବ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | May 18, 2022 IST


ମେଷ – ସଭାସମିତିରେ ଅନ୍ୟର ମତକୁ ସମ୍ମାନ ଦେଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି । ପ୍ରଶାସନିକ ସ୍ତରରେ କୌଣସି ବିବାଦ ଓ ମାଲିମୋକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ । ରଚନାତ୍ମକ କାମ, କଳା, ସାହିତ୍ୟାଦିରେ ଆତ୍ମସନ୍ତୋଷ ମିଳିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – ଯେତେ ପ୍ରକାର କାମ କଲେ ମଧ୍ୟ ପ୍ରତିବନ୍ଧକ ଯୋଗୁ ଅଗ୍ରଗତି ହୋଇପାରିବେ ନାହିଁ । ଭଲ କଥା କହିଲେ ମଧ୍ୟ ବନ୍ଧୁମାନଙ୍କ ସହ ସମ୍ପର୍କ ହାନି କରଣରୁ ଚିନ୍ତା ପ୍ରକଟ କରିବେ । ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମିଥୁନ - ପରିବାରରେ ମାଙ୍ଗଳିକ କାର୍ଯ୍ୟ ସକାଶେ ଆଲୋଚନା କରିପାରନ୍ତି ।ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବା ସାଙ୍ଗକୁ ନୂତନ ସ୍ଥାନ ପରିଦର୍ଶନର ସୁଯୋଗ ଲାଭ କରିବେ । ବନ୍ଧୁମାନଙ୍କ ସହାୟତାରେ ପାରିବାରିକ ଯୋଜନା, ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନରେ ସଫଳତା ମିଳିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ – ଅର୍ଥ ସମ୍ପର୍କିତ କୌଣସି ବିବାଦ ବୃଦ୍ଧି ପାଇବ । ଆଜି ଆପଣଙ୍କ କଥା ଓ ଗୌରବଗାଥା ବନ୍ଧୁମାନଙ୍କ ମୁଖମଣ୍ଡନ କରିବ । ଆନୁଷ୍ଠାନିକ କାମ ଓ ସଭା ସମିତି ପ୍ରଭୃତି କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ସିଂହ – ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ସମସ୍ୟାର ସରଳ ସମାଧାନ କରିବାରେ ସଫଳ ହେବେ । ନୂତନ ଗୃହ, ଯାନବାହନାଦି ଯାନ୍ତ୍ରିକ ଦ୍ରବ୍ୟ ଲାଭ ହୋଇପାରେ । ମାନସିକ ସ୍ଥିତି ଉତ୍ତେଜନାମୂଳକ ରହିବ । ତଥାପି ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କନ୍ୟା – ସମୃଦ୍ଧି ପ୍ରଦାନ ଦିଗରେ ମାର୍ଗ ଉନ୍ମୁକ୍ତ କରିବେ । ବନ୍ଧୁଙ୍କ ଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି । ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । ମାଙ୍ଗଳିକ କାମ ସକାଶେ ଘର ସାହସଜ୍ଜାରେ ବ୍ୟସ୍ତ ରହିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଗୃହିଣୀ- ସୁଖୀ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
କର୍ମଜୀବି- ସହଯୋଗ ମିଳିବ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ତୁଳା – ଗୋଟିଏ କଥା କଲା ବେଳକୁ ଆଉ ଗୋଟିଏ କାମ କରିବେ । ଏହାର କୁପରିଣାମ ସ୍ୱରୂପ ପରିବାର ମଧ୍ୟରୁ ପରିବାର ମଧ୍ୟରୁ ନିଜ ଲୋକଙ୍କ ଦ୍ୱାରା ସମାଲୋଚିତ ହେବେ । କର୍ମକ୍ଷେତ୍ରରେ ଅଗ୍ରଗତି ଦ୍ରୁତ ହେବ ଓ ପ୍ରାଚୁର୍ଯ୍ୟ ପାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ପରକୁ ଆପଣାର କରିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ବିଛା – ଅନ୍ୟମନସ୍କ ନ ରହି ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ । ଭାଗ୍ୟସ୍ଥାନରେ ଗୁରୁତ୍ୱ ଆପଣଙ୍କୁ ସମ୍ମାନର ସହ ବିଳାସପ୍ରାଚୁର୍ଯ୍ୟ ମଧ୍ୟରେ ଅବସ୍ଥାପିତ କରାଇବେ । ଗୁରୁଜନଙ୍କ ପ୍ରେରଣାରେ ବିଭିନ୍ନ ପ୍ରକାରର ଯୋଜନା କରିବାରେ ମନ ଦେଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ଧନୁ – କେତେକ ଅସ୍ୱାଭାବିକ ପରିସ୍ଥିତିର ସମ୍ମୁଖୀନ ହୋଇପାରନ୍ତି । ଅବଶ୍ୟ ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ । ସମସ୍ୟା ମଧ୍ୟରେ କାମ କରିବା ଦୁଷ୍କର ହୋଇପଡିବ । ସାମାଜିକ କ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତିଙ୍କ ସହ-ଯୋଗ ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ମକର – ବହୁତ ଦିନରୁ ଖୋଜୁଥିବା ଜିନିଷ ହଠାତ୍ ଅତି ନିକଟରୁ ପାଇପାରନ୍ତି । ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ । ଅନ୍ୟମାନଙ୍କ ସମସ୍ୟାମୂଳକ ଅଭିଶାପ ଆପଣଙ୍କ ପାଇଁ ଆଶୀର୍ବାଦ ହେବ । ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୪ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କୁମ୍ଭ- ପାରିବାରିକ ଜୀବନରେ ବିଲୁପ୍ତ ସ୍ନେହ, ଶ୍ରଦ୍ଧା ଓ ଆଦରର ସଦ୍ ଭାବ ଆକସ୍ମିକ ଅନୁଭବ କରିବେ । କିନ୍ତୁ କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି । କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେକାମ କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ମୀନ - ଧନହାନି ସହ ବିତର୍କଜନିତ କଳହର ଆଶଙ୍କା ରହିଛି । ବନ୍ଧୁଙ୍କ ନିକଟରୁ ପାଇବାକୁ ଥିବା ଜିନିଷଟି ନ ପାଇ ନିରାଶ ହେବେ । ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ - ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.