Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

କରୋନା ପରେ ଆଉ ଏକ ରୋଗର ଭୟ, ଓଡ଼ିଶାରେ ପ୍ରଥମ ରୋଗୀ ଚିହ୍ନଟ

10/05/2021 at 9:26 PM

 ଭୁବନେଶ୍ୱର, ୧୦/୦୫: ରାଜ୍ୟରେ କରୋନାର କାୟା ବଢ଼ି ଚାଲିଥିବା ବେଳେ ଆଉ ଏକ ରୋଗ ଦେଖାଯାଇଛି । ଏହାର ନାମ ବ୍ଲାକ୍‌ ଫଙ୍ଗସ୍‌ ।

ପ୍ରଥମ କରି ଓଡ଼ିଶାରେ ଏହି ରୋଗରେ ଆକ୍ରାନ୍ତ ବ୍ୟକ୍ତି ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଚିହ୍ନଟ ହୋଇଥିବା ରୋଗୀଙ୍କ ବୟସ ୭୧ ବର୍ଷ ହୋଇଥିବା ବେଳେ ସେ ଉଚ୍ଚ ମଧୁମେହ ରୋଗରେ ପୀଡ଼ିତ ଥିବା ଜଣାପଡ଼ିଛି । ରୋଗୀଙ୍କ ଶରୀରରେ ବିଭିନ୍ନ ବ୍ଲାକ୍‌ ଫଙ୍ଗସ୍‌ ଲକ୍ଷଣ ଦେଖାଦେଇଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।

ରୋଗୀ ଜଣକ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ସ୍ଥିର ରହିଛି । ପ୍ରଥମତଃ ଏହା ରୋଗୀଙ୍କ ଘରେ ଥିବା କୁଲର୍‌ରୁ ସଂକ୍ରମିତ ହୋଇଥିବା ଜଣାପଡ଼ିଥିବା ବେଳେ କୁଲର୍‌ର ପାଣି ବହୁତ ଦିନ ହେବ ପରିବର୍ତ୍ତନ କରାଯାଇନଥିବା କୁହାଯାଉଛି ।

   Related Posts