Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୫୭୩ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୦ ଡିସଚାର୍ଜ
  • ||
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ଆସିଲା ୧୪ ଆକ୍ରାନ୍ତଙ୍କ ତଥ୍ୟ : ୧୩ଜଣ ସୁରଟ ଫେରନ୍ତା, ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଛନ୍ତି ଜଣେ ସଂକ୍ରମିତ

11/05/2020 at 9:57 AM

ଭୁବନେଶ୍ବର ୧୧।୦୫ : ରାଜ୍ୟରେ କରୋନାକୁ ଲାଗୁନି ବ୍ରେକ୍ । ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । ସୋମବାର ରାଜ୍ୟରେ ଆଉ ୧୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ତେବେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ଗଞ୍ଜାମ, କେନ୍ଦ୍ରାପଡା ଓ ସୁନ୍ଦରଗଡରୁ ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ଆଜି ଚିହ୍ନଟ ହୋଇଥିବା ୧୪ଆକ୍ରାନ୍ତଙ୍କ ମଧ୍ୟରୁ ୧୨ଜଣ ଗଞ୍ଜାମ୍‌, ଜଣେ କେନ୍ଦ୍ରାପଡା ଏବଂ ଜଣେ ରାଉରକେଲାର ବୋଲି ଜଣାପଡିଛି । କେବଳ ରାଉରକେଲାରେ ଚିହ୍ନଟ ହୋଇଥିବା ସଂକ୍ରମିତଜଣଙ୍କ ପୂର୍ବ ଆକ୍ରାନ୍ତଙ୍କ ସଂଶ୍ପର୍ଷରେ ଆସିଥିଲେ । ଏବଂ ଗଞ୍ଜାମରୁ ୧୨ ଜଣ ଓ କେନ୍ଦ୍ରାପଡାରୁ ଚିହ୍ନଟ ହୋଇଥିବା ଜଣେ ଆକ୍ରାନ୍ତଙ୍କ ସୁରଟ ଲିଙ୍କ୍‌ ରହିଛି । ସମସ୍ତ କିଛି ଦିନ ତଳେ ସୁରଟରୁ ଫେରିଥିଲେ । ଏବଂ ସୁରଟରୁ ଫେରିବା ପରେ କ୍ୱାରେଣ୍ଟାଇନ୍‌ରେ ରହିଥିଲେ । ଏନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସଂପର୍କ ବିଭାଗ ଟ୍ୱିଟ୍‌ କରି ସୂଚନା ପ୍ରଦାନ କରିଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts