Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ରାଜ୍ୟରେ ଏବେ ଖୋଲିବନି ପ୍ରଥମରୁ ଅଷ୍ଟମ ଶ୍ରେଣୀ : ଗଣଶିକ୍ଷା ମନ୍ତ୍ରୀ

23/02/2021 at 12:04 PM

ଭୁବନେଶ୍ବର ୨୩।୨: ରାଜ୍ୟରେ ବର୍ତ୍ତମାନ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପାଇଁ ସ୍କୁଲ ଖୋଲିବନି । ଏଭଳି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ମନ୍ତ୍ରୀ କହିଛନ୍ତି ପ୍ରଥମରୁ ଅଷ୍ଟମ ଶ୍ରେଣୀ ଖୋଲିବା ସମ୍ପର୍କରେ ନୀତିଗତ ଭାବେ ନିଷ୍ପତ୍ତି ହୋଇନାହିଁ । କରୋନା ସଂକ୍ରମଣ ବଢୁଥିବା ଦେଖି ପୁନର୍ବିଚାର କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି ।

ତେବେ ରାଜ୍ୟରେ ନବମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ କ୍ଲାସ୍ ଜାରି ଚାଲିଛି । ପିଲାମାନେ ଶ୍ରେଣୀଗୃହରେ ପାଠ ପଢୁଛନ୍ତି । ମହାରାଷ୍ଟ୍ର ଓ ଗୁଜୁରାଟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବା ସହ ପୁଣି ଥରେ ଲକ୍‌ଡାଉନ୍ ମଧ୍ୟ ଫେରିଛି । ତେଣୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଖୋଲିବା ନେଇ ବିଚାର ବିମର୍ଷ ଚାଲିଛି ବୋଲି ମନ୍ତ୍ରୀ କହିଛନ୍ତି ।

ଖୁବଶୀଘ୍ର ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଖୋଲିବ ବୋଲି ପୂର୍ବରୁ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଥିଲେ। ଗଣଶିକ୍ଷା ବିଭାଗ ପକ୍ଷରୁ ଏସଓପି ପ୍ରସ୍ତୁତ କରାଯାଉଛି ବୋଲି ମଧ୍ୟ ମନ୍ତ୍ରୀ କହିଥିଲେ । ତେବେ ରାଜ୍ୟରେ ଅଙ୍ଗନୱାଡି କେନ୍ଦ୍ର ଖୋଲିବା ପରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା ମନ୍ତ୍ରୀ ସୂଚନା ଦେଇଥିଲେ । ତେବେ କେତେ ତାରିଖରେ ସ୍କୁଲ ଖୋଲିବ ସେ ନେଇ କିଛି ଘୋଷଣା କରାଯାଇନଥିଲା ।

ଉଲ୍ଲେଖଯୋଗ୍ୟ ଯେ, ପୂର୍ବରୁ ରାଜ୍ୟରେ ଦଶମ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଖୋଲିସାରିଛି । ଗତ ୧ ତାରିଖରୁ ଅଙ୍ଗନୱାଡ଼ି କେନ୍ଦ୍ର ମଧ୍ୟ ଖୋଲିଯାଇଛି ।

   Related Posts