Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଢେଙ୍କାନାଳ : କପିଳାଶ ଜାଗର ଯାତ୍ରା ପାଇଁ କଟକଣା, ଜିଲ୍ଲା ବାହାର ଭକ୍ତଙ୍କୁ ମନା, ଜିଲ୍ଲାବାସୀଙ୍କ କୋଭିଡ୍ ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ
  • ||
  • କଟକ : ରାଜ୍ୟରେ ପୁଣି ବଢିଲା ବସ୍ ଭଡା, ସାଧାରଣ ଓ ଏକ୍ସପ୍ରେସ କିଲୋମିଟର ପିଛା ୫ପଇସା, ଡିଲକ୍ସ ଓ ଏସି ଡିଲକ୍ସ ୧୦ପଇସା ବୃଦ୍ଧି
  • ||
  • ଧର୍ମଗଡ : ବାଇକ୍ ଉପରେ ମାଡିଗଲା ବସ୍, ଘଟଣାସ୍ଥଳରେ ୩ ମୃତ
  • ||
  • ସାନଖେମୁଣ୍ଡି : ବାରହା ଆକ୍ରମଣରେ ୭ ଆହତ, ଗ୍ରାମବାସୀ ଭୟଭୀତ
  • ||
  • ରାଉରକେଲା : ଶିଶୁପାଳ ହୋଇ ଫେରିଲା ବର, ଅଧାରୁ ବନ୍ଦ ହେଲା ବାଲ୍ୟ ବିବାହ
  • ||
  • ଆଠଗଡ : ସରିଯାଉଛି ଟୋକନ ଅବଧି, ମଣ୍ଡିରୁ ଉଠୁନି ଧାନ, ପ୍ରତିବାଦରେ ଚାଷୀଙ୍କ ରାସ୍ତା ଅବରୋଧ
  • ||
  • ଭଦ୍ରକ : ଅଷ୍ଟପ୍ରହରୀ ଚାନ୍ଦା ପାଇଁ ଗଛରେ ବାନ୍ଧି ନିସ୍ତୁକ ମାଡ ଅଭିଯୋଗ, ଥାନାରେ ଏତଲା
  • ||
  • ନୀଳଗିରି : ନୀଳଗିରି ସହରରେ ବୁଲୁଛି ଭାଲୁ, ଲୋକେ ଭୟଭୀତ
  • ||
  • ରାଉରକେଲା : ଛାତ୍ରଙ୍କ ନାଁରେ ଜିଏସଟି ଠକେଇ ଅଭିଯୋଗ, ୩୮କୋଟି ଟଙ୍କାର ଠକେଇ ନେଇ ନୋଟିସ୍
  • ||
  • ସାନଖେମୁଣ୍ଡି : ଥାନାଠାରୁ ୧ କି.ମି. ଦୂରରେ ଚାଲିଥିଲା ବେଆଇନ ବିଦେଶୀ ମଦ ବିକ୍ରି, ଚଢାଉ କରି ନଷ୍ଟ କଲା ପୋଲିସ
  • ||

ସୋରୋରେ ଦୁଇ ଛାତ୍ରୀଙ୍କ ମୃତ୍ୟୁ ଘଟଣାକୁ ବିତିଗଲା ୨୫ ଦିନ ; ଅଭିଯୁକ୍ତଙ୍କ ଗିରଫ ଦାବିରେ ରାସ୍ତାରୋକ

5/09/2018 at 12:56 PM

ସୋରୋ ୫/୯ : ସୋରୋ ଥାନା ଟେଣ୍ଟେଇମଲିକ ସାହିରେ ଦୁଇ ଜଣ ଦଶମ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାକୁ ୨୫ ଦିନ ବିତିଯାଇଥିଲେ ମଧ୍ୟ ଏଯାଏଁ ମୃତ୍ୟୁ ରହସ୍ୟ ଉପରୁ ପରଦା ହଟୁନାହିଁ | ଆଜି ପୋଲିସର ନିଷ୍କ୍ରିୟତା ପ୍ରତିବାଦରେ ରାସ୍ତାରୋକ କରିଛନ୍ତି ଗ୍ରାମବାସୀ | ଅଭିଯୁକ୍ତକୁ ତୁରନ୍ତ ଗିରଫ ଦାବିରେ ସୋରୋ କୁପରି ରାସ୍ତା ଅଇରୀ ଛକରେ ରାସ୍ତା ଅବରୋଧ କରିଛନ୍ତି ସ୍ଥାନୀୟ ବାସିନ୍ଦା | ଗତ ଅଗଷ୍ଟ ୧୧ ତାରିଖରେ ଲକ୍ଷ୍ମୀ ସାହିର ବୀରେନ୍ଦ୍ର ଦାସଙ୍କ ଝିଅ ଓ ପରିପଡା ଗାଁର ମାୟାଧର ଦାସଙ୍କ ଝିଅ ପ୍ରିୟଙ୍କାଙ୍କ ମୃତଦେହ ମିଳିଥିଲା | ସେହିଦିନ ରାତିରେ ବିଜ୍ଞାନ ଶିକ୍ଷକଙ୍କ ଘରୁ ଟିଉସନ ସାରି ଉଭୟ ରାତି ୧୧ ଟାରେ ବୀରେନ୍ଦ୍ର ଙ୍କ ଘରେ ଶୋଇଥିଲେ | କିନ୍ତୁ ସକାଳେ ଉଭୟ ଛାତ୍ରୀଙ୍କ ରହସ୍ୟମୟ ଭାବେ ମୃତଦେହ ଉଦ୍ଧାର ହୋଇଥିଲା | ଉଭୟ ସାଙ୍ଗ ହୋଇ ଟେଣ୍ଟେଇ ହାଇସ୍କୁଲରେ ପଢୁଥିଲେ |

   Related Posts