Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||

ବେଆଇନ ବିଦେଶୀ ମଦ ବିକ୍ରି ଅଭିଯୋଗରେ ଦୁଇ ଗିରଫ, ବିଭିନ୍ନ ବ୍ରାଣ୍ଡର ୪୪ ଲିଟର ମଦ ଜବତ

2/12/2021 at 7:35 PM

ସାନଖେମୁଣ୍ଡି, ୦୨/୧୨: ପାଟପୁର ପୋଲିସ ୨ ଟି ଢାବାରେ ଚଢ଼ାଉ କରି ୪୪ ଲିଟର ବିଦେଶୀ ମଦ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି l ଗିରଫ ଦ୍ବୟ ହେଲେ ପୋଡ଼ାମାରି ଗ୍ରାମର ସୁନିଲ କୁମାର ପାଢ଼ୀ ଓ ରଞ୍ଜନ କୁମାର ପଣ୍ଡା l

ସୂଚନା ଯୋଗ୍ୟ ପୋଡ଼ାମାରି ଅଞ୍ଚଳରେ ଥିବା ଢ଼ାବା ଗୁଡିକରେ ବିଦେଶୀ ମଦ କାରବାର ଦିନକୁ ଦିନ ବୃଦ୍ଧି ପାଉଥିବା ଖବର ପାଇ ପାଟପୁର ଥାନା ଅଧିକାରୀ ସବ୍ୟସାଚି ମଲ୍ଲଙ୍କ ନେତୃତ୍ବରେ ଏକ ସ୍ବତନ୍ତ୍ର ଟିମ୍ ଗଠନ କରାଯାଇଥିଲା । ପୋଡ଼ାମାରିରେ ଥିବା କଳିଙ୍ଗା ଢ଼ାବା ଓ ସାଇଶ୍ରଦ୍ଧା ରେଷ୍ଟୁରାଣ୍ଟରୁ ବିଭିନ୍ନ ବ୍ରାଣ୍ଡର ୪୪ ଲିଟର ବିଦେଶୀ ମଦ ଜବତ କରିଥିବା ବେଳେ ଏନେଇ ଥାନାରେ ଦୁଇଟି ମାମଲା ୪୦୫/୨୧, ୪୦୬/୨୧ ରୁଜୁ ହୋଇଥିବା ଥାନା ଅଧିକାରୀ କହିଛନ୍ତି l

   Related Posts