Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ବିସ୍‌ ଓପନ୍‌: ୧୯ ମାସ ଓ ୧୩ ଟୁର୍ଣ୍ଣାମେଣ୍ଟ ପରେ ଫାଇନାଲରେ ପହଞ୍ଚିଥିଲେ ସିନ୍ଧୁ, କ୍ୟାରୋଲିନାଙ୍କଠୁ ହାରିଲେ
  • ||
  • ସରିଲା ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ, ଗୃହୀତ ହେଲା ରାଜନୈତିକ ଚିଠା ପ୍ରସ୍ତାବ, ପ୍ରସ୍ତୁତ ହେଲା ରଣନୀତି
  • ||
  • ଭାରତ ଓ ଚୀନ୍ କେହି କାହା ଲାଗି ବିପଦ ନୁହେଁ, ପରସ୍ପରର ମିତ୍ର : ୱାଙ୍ଗ ଇ
  • ||
  • ଅନ୍ତର୍ଜାତୀୟ ମହିଳା ଦିବସ: ବର୍ଣ୍ଣାଢ଼୍ୟ ଉତ୍ସବ ‘ୱିମେନ୍ ଆଚିଭର୍ସ୍ ଅଫ୍ ଓଡ଼ିଶା’ରେ ରାଜ୍ୟର ସଫଳ ମହିଳାଙ୍କୁ ସମ୍ବର୍ଦ୍ଧନା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||

ପ୍ରକାଶ ପାଇଲା ଯୁକ୍ତ ୨ ରେଜଲ୍ଟ ; କଳାରେ ମୋଟ୍ ପାସ୍ ହାର ୬୮.୭୯% , ବାଣିଜ୍ୟରେ ମୋଟ୍ ପାସ୍ ହାର ୭୪.୯୧%

9/06/2018 at 6:37 AM

ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ରେଜଲ୍ଟ । ପରିଷଦ କାର୍ଯ୍ୟାଳୟରେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର । ଚଳିତ ବର୍ଷ କଳାରେ ମୋଟ୍ ପାସ୍ ହାର ହେଉଛି ୬୮.୭୯% । ଚଳିତ ବର୍ଷ କଳାରେ ମୋଟ ୨ ଲକ୍ଷ ୩୦ ହଜାର ୨୦୬ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୧ ଲକ୍ଷ ୫୮ ହଜାର ୩୭୮ ଜଣ ପିଲା ପାସ୍ କରିଛନ୍ତି । ପ୍ରଥମ ଶ୍ରେଣୀରେ ପାସ୍ କରିଛନ୍ତି ୧୯,୯୯୩ ଜଣ ଛାତ୍ରଛାତ୍ରୀ । ଦ୍ବିତୀୟ ଶ୍ରେଣୀରେ ୨୬,୦୭୬ ଏବଂ ତୃତୀୟ ଶ୍ରେଣୀରେ ୧,୧୨,୧୪୦ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । କଳାରେ ପୁରୀରେ ସର୍ବାଧିକ ପାସ୍ ହାର ୭୯.୮୭ % ଥିବା ବେଳେ ନବରଙ୍ଗପୁରରେ ସର୍ବନିମ୍ନ ପାସ୍ ହାର ହେଉଛି ୪୭.୫୮% । ସେହିପରି ବାଣିଜ୍ୟରେ ମୋଟ୍ ପାସ୍ ହାର ହେଉଛି ୭୪.୯୧% । ପ୍ରଥମ ଶ୍ରେଣୀରେ ପାସ୍ କରିଛନ୍ତି ୪୦୦୬ ଜଣ ଛାତ୍ରଛାତ୍ରୀ । ଦ୍ବିତୀୟ ଶ୍ରେଣୀରେ ପାସ୍ କରିଛନ୍ତି ୩, ୭୩୪ ଏବଂ ତୃତୀୟ ଶ୍ରେଣୀରେ ପାସ୍ କରିଛନ୍ତି ୧୨,୪୭୦ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ବାଣିଜ୍ୟରେ ନୟାଗଡରେ ସର୍ବାଧିକ ଛାତ୍ରଛାତ୍ରୀ ପାସ୍ କରିଥିବା ବେଳେ ଦେଓଗଡରେ ସର୍ବନିମ୍ନ ପାସ୍ ହାର ରହିଛି । ଧନ୍ଦାମୂଳକ ପରୀକ୍ଷାରେ ମୋଟ୍ ପାସ୍ ହାର ୫୨.୬୧% । ମୋଟ ପରୀକ୍ଷା ଦେଇଥିଲେ ୭ ହଜାର ୯୬୬ ଜଣ ଛାତ୍ରଛାତ୍ରୀ । ସେମାନଙ୍କ ମଧ୍ୟରୁ ୪୧୯୧ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ୨୦୮୦ ପୁଅ ପାସ୍ କରିଥିବା ବେଳେ ୨ହଜାର ୧୧୧ ଜଣ ଛାତ୍ରୀ ସଫଲ ହୋଇଛନ୍ତି । ପ୍ରଥମ ଶ୍ରେଣୀରେ ୨୯୯, ଦ୍ବିତୀୟ ଶ୍ରେଣୀରେ ୧ହଜାର ୬୯୨ ଏବଂ ତୃତୀୟ ଶ୍ରେଣୀରେ ୨ ହଜାର ୫୧ ଜଣ ପିଲା ପାସ୍ କରିଛନ୍ତି । ଜୁନ୍ ୨୫ ସୁଦ୍ଧା ରିଚେକିଂ ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ଜୁଲାଇ ଦ୍ବିତୀୟ ସପ୍ତାହରେ ଇନଷ୍ଟାଣ୍ଟ ପରୀକ୍ଷା ହେବ ବୋଲି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ । ଛାତ୍ରଛାତ୍ରୀମାନେ www.chseodisha.nic.in ଓ www.odisharesults.nic.in ୱେବସାଇଟ୍ ମାଧ୍ୟମରେ ସେମାନଙ୍କ ରେଜଲ୍ଟ ଜାଣିପାରିବେ ।

Leave a Reply

   Related Posts