Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସଂକ୍ରମଣ ବୃଦ୍ଧି ଯୋଗୁଁ ପୁଣି ସ୍ଥଗିତ ରହିଲା ଏସିଆ କପ୍ କ୍ରିକେଟ‌, ୨୦୨୨ରେ ଖେଳାଯିବ ଟୁର୍ଣ୍ଣାମେଣ୍ଟ
  • ||
  • ଗୋପ ଷ୍ଟେଟ୍ ବ୍ୟାଙ୍କ ସିଲ୍ : ମ୍ୟାନେଜର କରୋନା ସଂକ୍ରମିତ, ଗ୍ରାହକଙ୍କ ଉପରେ ନଜର
  • ||
  • ଭୁବନେଶ୍ୱର : ରମ୍‌ଜାନ୍ ଓ ପଣା ସଂକ୍ରାନ୍ତି ଉପରେ କଟକଣା ଲଗାଇଲା ବିଏମ୍‌ସି
  • ||
  • ବ୍ରହ୍ମପୁର : ଗଞ୍ଜାମର ସବୁ ଧର୍ମାନୁଷ୍ଠାନ ୭ଦିନ ବନ୍ଦ, ସର୍ବସାଧାରଣରେ ମେରୁ ଯାତ୍ରା ଓ ପଣା ସଂକ୍ରାନ୍ତି ପାଳନ ବାରଣ
  • ||
  • ନୟାଗଡ : ପ୍ରେମରେ ପ୍ରତାରଣା, ପ୍ରେମିକ ଦୁଆରେ ପ୍ରେମିକା, ନ୍ୟାୟ ପାଇଁ ଦେଇଛି ଧାରଣା
  • ||
  • କଟକ : ଗିରଫ ହେଲା ହାଇଦରର ସହଯୋଗୀ ୟାକୁବ୍, ସୋମବାର ଚାଉଳିଆଗଞ୍ଜ ଥାନାରେ କରିଥିଲା ଆତ୍ମସମର୍ପଣ
  • ||
  • ସୋର : ଘରେ କେହି ନଥିବା ବେଳେ ଭାଙ୍ଗିଲେ ତାଲା, ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା-ରୂପା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା
  • ||
  • କଳାହାଣ୍ଡି : ଜାଲ୍ ସାର୍ଟିଫିକେଟ୍ ଦେଇ ୨୫ ଶିକ୍ଷକ ବହିଷ୍କୃତ
  • ||
  • ଚାନ୍ଦବାଲି : ଭଡା ଘରୁ ମିଳିଲା ପ୍ରବାସୀ ଶ୍ରମିକଙ୍କ ମୃତଦେହ, ମୃତ୍ୟୁ ପାଇଁ କମ୍ପାନୀ କର୍ତ୍ତୃପକ୍ଷ ଦାୟୀ ଅଭିଯୋଗ
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ, ୧୯୩୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

କାଲି ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ବାଣିଜ୍ୟ ରେଜଲ୍ଟ

8/06/2018 at 2:07 PM

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ବିଭାଗ ପରୀକ୍ଷା ଫଳ ଜୁନ୍‌ ୯ରେ ପ୍ରକାଶ ପାଇବ। ପୂର୍ବାହ୍ନ ୧୦ଟା ୩୦ରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ର୍ରି ନାରାୟଣ ପାତ୍ର ପରିଷଦ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିବେ। ଛାତ୍ରଛାତ୍ରୀମାନେ ‘www.chseodisha.nic.in’ ଓ ‘www.orissaresults.nic.in’ ମାଧ୍ୟମରେ ସେମାନଙ୍କ ରେଜଲ୍ଟ ଜାଣିପାରିବେ। ରେଜଲ୍ଟ ଜାଣିବା ଲାଗି ପରୀକ୍ଷାର୍ଥୀଙ୍କୁ ରୋଲ ନମ୍ବର ଏବଂ ରେଜିଷ୍ଟ୍ରେସନ୍‌ ନମ୍ବରର ଆବଶ୍ୟକତା ରହିଛି। ଓ୍ଵବସାଇଟ୍‌ରେ ଉଭୟ ନମ୍ବର ଦାଖଲ ନ କଲେ ପରୀକ୍ଷା ଫଳ ବାହାରିବ ନାହିଁ ବୋଲି ପରିଷଦର ଉପ ପରୀକ୍ଷା ନିୟନ୍ତ୍ରକ ପ୍ରବୋଧ କୁମାର ପଣ୍ଡା କହିଛନ୍ତି।
ଗତ ମାର୍ଚ୍ଚ ୫ରୁ ୨୯ ତାରିଖ ପର୍ଯ୍ୟନ୍ତ ୧୧୦୪ଟି ପରୀକ୍ଷା କେନ୍ଦ୍ରରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ବିଭାଗରେ ୩,୬୫,୮୨୬ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। କଳା ବିଭାଗରେ ୨,୩୩,୯୭୮, ବାଣିଜ୍ୟ ବିଭାଗରେ ୨୭,୪୪୭ ଓ ଧନ୍ଦାମୂଳକ ଶିକ୍ଷା ବିଭାଗରେ ୮ ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ଗତବର୍ଷ ମେ’ ୨୯ରେ ପରୀକ୍ଷା ଫଳ ପ୍ରକାଶ ପାଇଥିଲା। ଏଥର ୧୦ ଦିନ ବିଳମ୍ବରେ ରେଜଲ୍ଟ ପ୍ରକାଶ ପାଇବାକୁ ଯାଉଛି। ସିବିଏସ୍‌ଇ ପାଠ୍ୟକ୍ରମ ଢାଞ୍ଚାରେ ପ୍ରସ୍ତୁତ ହୋଇଥିବା ପାଠ୍ୟକ୍ରମ ଅନୁଯାୟୀ ଚଳିତବର୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ଗତ ମେ’ ୧୯ରେ ବିଜ୍ଞାନ ବିଭାଗ ପରୀକ୍ଷା ପରୀକ୍ଷା ଫଳ ପ୍ରକାଶ ପାଇଥିଲା।

Leave a Reply

   Related Posts