ଆଜି ପ୍ରକାଶ ପାଇବ ଯୁକ୍ତ ୨ କଳା, ବାଣିଜ୍ୟ ରେଜଲ୍ଟ

Published By : Prameya-News7 Bureau | June 09, 2018 IST

ଆଜି ପ୍ରକାଶ ପାଇବ ଯୁକ୍ତ ୨ କଳା, ବାଣିଜ୍ୟ ରେଜଲ୍ଟ । ପରିଷଦର ମୁଖ୍ୟାଳୟରେ ପ୍ରକାଶ ପାଇବ ରେଜଲ୍ଟ । ପର୍ବାହ୍ନ ୧୦ଟା ୩୦ରେ ଗଣଶିକ୍ଷା ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ଫଳ ପୁସ୍ତିକା ଉନ୍ମୋଚନ କରିବେ । ପରିଷଦ ପକ୍ଷରୁ ଜାରି କରାଯାଇଥିବା ଦୁଇଟି ୱେବସାଇଟ୍ ମାଧ୍ୟମରେ ଛାତ୍ରଛାତ୍ରୀ ସେମାନଙ୍କ ରେଜଲ୍ଟ ଜାଣିପାରିବେ । ସେଗୁଡିକ ହେଲା www.chseodisha.nic.in ଓ www.odisharesults.nic.in । ଏନେଇ ଗଣଶିକ୍ଷା ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ଚଳିତ ବର୍ଷ କଳାରେ ୨ ଲକ୍ଷ ୩୪ ହଜାରରୁ ଅଧିକ ଓ ବାଣିଜ୍ୟରେ ୨୭ ହଜାର ୫୦୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଗତ ମାର୍ଚ୍ଚ ୫ରୁ ୨୯ ତାରିଖ ପର୍ଯ୍ୟନ୍ତ ୧୧ ଶହ ୪ଟି ପରୀକ୍ଷା କେନ୍ଦ୍ରରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ବିଭାଗରେ ୩ ଲକ୍ଷ ୬୫ ହଜାର ୮୨୬ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଗତବର୍ଷ ମେ’ ୨୯ରେ ପରୀକ୍ଷା ଫଳ ପ୍ରକାଶ ପାଇଥିଲା । ଏଥର ୧୦ ଦିନ ବିଳମ୍ବରେ ରେଜଲ୍ଟ ପ୍ରକାଶ ପାଇବାକୁ ଯାଉଛି । ତେବେ ଖାତା ଦେଖାରେ ବିଭ୍ରାଟ ଯୋଗୁଁ ରେଜଲ୍ଟ ବାହାରିବାରେ ବିଳମ୍ବ ହେଉଛି ବୋଲି ପୂର୍ବରୁ ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.