Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ପ୍ରଭାବ: ୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ଫେରିଲେ ୬୪୮ ସଂକ୍ରମିତ
  • ||
  • ଲଭ୍‌ ଜିହାଦ ଉପରେ ଅଧ୍ୟାଦେଶ ପାରିତ କଲା ୟୁପି କ୍ୟାବିନେଟ୍‌, ଧୋକା-ଧମକ ଦେଇ ଧର୍ମ ପରିବର୍ତ୍ତନ କରାଇଲେ ୧୦ ବର୍ଷ ଜେଲ୍‌
  • ||
  • ଅତ୍ୟଧିକ କାମର ବୋଝ ସହିନପାରି ଆଖି ବୁଜିଲେ ବାପା: ଉପର ଅଧିକାରୀଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଲେ ଝିଅ, କହିଲେ…
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||
  • ୨ ବାରହା ଶିକାରୀ ଗରିଫ: ମାଂସ ଭାଗବଣ୍ଟା ବେଳେ ମାଡି ବସିଲେ ବନ ବିଭାଗର କର୍ମଚାରୀ
  • ||
  • କରୋନାରେ ଜୀବନ ହାରିଥିବା ଠିକାଦାରଙ୍କୁ ଆର୍ଥିକ ସହାୟତା ଦେଲା ଠିକାଦାର ସଂଘ
  • ||
  • ୧୦ ଡଲାରରୁ କମ୍‌ ମୂଲ୍ୟରେ ମିଳିବ ଋଷ କରୋନା ଭ୍ୟାକ୍‌ସିନ Sputnik V, ଜାନୁଆରୀରୁ ଆରମ୍ଭ ହେବ ଡେଲିଭରି
  • ||
  • ହାଇଓ୍ବା ଧକ୍କାରେ ଜଣେ ଶିଶୁଙ୍କ ସମେତ ୬ ଜଣଙ୍କ ମୃତ୍ୟୁ: ଚାଲି ଚାଲି ଯିବା ବେଳେ ପଛରୁ ମାଡିଗଲା
  • ||
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||
  • ଯୋଜନାବଦ୍ଧ ଲୁଟ୍ : ସାଙ୍ଗଙ୍କୁ ଲଗାଇ ଡକାୟତି କରାଇଥିଲା IIFL କର୍ମଚାରୀ ଲାଲା ଅମ୍ରିତ ରାୟ
  • ||

ଏସସିବିରେ ଭର୍ତ୍ତି ୨ କରୋନା ସନ୍ଦିଗ୍ଧଙ୍କ ରିପୋର୍ଟ ନେଗେଟିଭ୍, ଇଟାଲିରୁ ଫେରିଥିଲେ

15/03/2020 at 8:53 PM

କଟକ, ୧୫|୦୩: କଟକ ବଡ ମେଡିକାଲରେ ଭର୍ତ୍ତି ହୋଇଥିବା କରୋନା ସନ୍ଦିଗ୍ଧଙ୍କ ରିପୋର୍ଟ ନେଗେଟିଭ୍ ଆସିଛି। ୨ଜଣ ସନ୍ଦିଗ୍ଧ ଗତ କିଛି ଦିନ ତଳେ ଇଟାଲିରୁ ଓଡିଶା ଫେରିଥିଲେ।

ସୂଚନାନୁସାରେ, କଟକ ଏସସିବିରେ ୨ଜଣ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଥିଲେ। ସେମାନଙ୍କ ରକ୍ତ ଓ ସ୍ଲାବ୍ ପରୀକ୍ଷା ପାଇଁ ପଠାଯାଇଥିଲା। ତେବେ ଟେଷ୍ଟ ରିପୋର୍ଟ ନେଗେଟିଭ୍ ଆସିଛି। ତେବେ ସେମାନେ ୧୮ ତାରିଖ ଯାଏଁ ନୀରିକ୍ଷଣରେ ରହିବେ। ଏନେଇ ମେଡିକାଲର ଜରୁରୀକାଳିନ ଅଧିକାରୀ ଭୁବନାନନ୍ଦ ମହାରଣା ସୂଚନା ଦେଇଛନ୍ତି।

କରୋନାକୁ ନେଇ ସାରା ବିଶ୍ୱରେ ଭୟ ଖେଳିଯାଇଛି। ଏହି ମାରାତ୍ମକ ଭାଇରସ ୫ହଜାରରୁ ଅଧିକ ଲୋକଙ୍କ ଜୀବନ ନେଲାଣି। ଏବେବି ଏକ ଲକ୍ଷରୁ ଅଧିକ ସଂକ୍ରମିତ ଚିକିତ୍ସିତ ହେଉଛନ୍ତି। ଭାରତରେ ମଧ୍ୟ ୨ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ମଧ୍ୟ ମାର୍ଚ୍ଚ ୩୧ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ,ଜିମ୍, ଅଙ୍ଗନବାଡିକୁ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଗତକାଲି ପୁରୀରେ ଜଣେ ସନ୍ଦିଗ୍ଧ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପୁରୀରୁ ଚିଲିକା, କୋଣାର୍କ ଓ ସାତପଡା ଯିବାକୁ ପର୍ଯ୍ୟଟକଙ୍କୁ ବାରଣ କରାଯାଇଥିଲା। ତେବେ ରବିବାର ପୁରୀରେ ଟାଉନ ବସ ଚଳାଚଳ ବନ୍ଦ କରାଯାଇଛି। ପେଣ୍ଠକଟାରୁ ବଳିଆପଣ୍ଡା ଯାଏଁ ବସ ଚଳାଚଳ ବନ୍ଦ ହୋଇଛି। ଭିଡ ରୋକିବାକୁ ଜିଲ୍ଲା ପ୍ରଶାସନ ଏହି ପଦକ୍ଷେପ ନେଇଛି।  ସେହିପରି ନନ୍ଦନକାନନ, ଖଣ୍ଡଗିରି, ଉଦୟଗିରି ଆଦି ପର୍ଯ୍ୟଟନସ୍ଥଳୀକୁ ବନ୍ଦ ରଖାଯିବା ସହ ବିଶ୍ୱ ପ୍ରସିଦ୍ଧ ସୂର୍ଯ୍ୟ ମନ୍ଦିରରେ ତାଲା ପକାଯାଇଛି।  ଏପରିକି ଗଞ୍ଜାମ ପ୍ରଶାସନ ଜିଲ୍ଲାରେ ୧୪୪ ଧାରା ଜାରି କରିଛି।

   Related Posts