Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||
  • ଖୋଲିଲା ଶିମିଳିପାଳ, ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର
  • ||
  • ଆଉ ନାହାଁନ୍ତି ପଦ୍ମଶ୍ରୀ ଶାନ୍ତିଦେବୀ, ୮୮ ବର୍ଷ ବୟସରେ ପରଲୋକ
  • ||
  • କଥକ ସମ୍ରାଟ ବିରଜୁ ମହାରାଜଙ୍କ ପରଲୋକ, ୮୩ ବର୍ଷ ବୟସରେ ଦେହାନ୍ତ
  • ||
  • ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ : ସୋମବାରଠୁ ଦାଖଲ ହେବ ପ୍ରାର୍ଥୀପତ୍ର, କରୋନା କଟକଣାରେ ସରିବ ପୁରା ପ୍ରକ୍ରିୟା
  • ||

ଭଦ୍ରକରେ ସୁସ୍ଥ ହେଲେ ୨ କରୋନା ସଂକ୍ରମିତ: ଟ୍ବିଟ୍ କରି ସୂଚନା ଦେଲେ ଜିଲ୍ଲାପାଳ

27/04/2020 at 7:05 PM

ଭଦ୍ରକ୨୭/୪: କରୋନା ଟାର୍ଗେଟରେ ଏବେ ଭଦ୍ରକ, ବାଲେଶ୍ବର ଏବଂ ଯାଜପୁର। ଏହି ଜିଲ୍ଲାମାନଙ୍କରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବା ବଦଳରେ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହି ପରିପ୍ରେକ୍ଷୀରେ ଭଦ୍ରକ ଜିଲ୍ଲାରୁ ଏକ ଆଶ୍ବସ୍ତିକର ଖବର ଆସିଛି। ଜିଲ୍ଲାରେ ଥିବା ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ଦୁଇଜଣଙ୍କୁ ମିଶାଇ ରାଜ୍ୟରେ ୩୭ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ସେହିପରି ଭଦ୍ରକ ସୋମବାର ସୁଦ୍ଧା ୨୯୮୩ ଜଣ ଲୋକଙ୍କ ରକ୍ତ ନମୁନା ଓ ସ୍ୱାବ ସଂଗ୍ରହ ହୋଇଛି।  ବର୍ତ୍ତମାନ ପର୍ଯ୍ୟନ୍ତ ସେଥି ମଧ୍ୟରୁ ୧୬୪୭ଟି ନେଗେଟିଭ ଏବଂ ୧୬ଟି ପଜିଟିଭ୍ ଆସିଛି।  ଏ ସଂପର୍କରେ ଭଦ୍ରକ ଜିଲ୍ଲାପାଳ ଟ୍ବିଟ କରି ସୂଚନା ଦେଇଛନ୍ତି।

   Related Posts