Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଲଗାଣ ବର୍ଷା ପାଇଁ ଦୁଇ ଦିନ ସ୍କୁଲ ଛୁଟି, ରେଡ୍‌ ଆର୍ଲଟ ଥିବା ୧୨ ଜିଲ୍ଲାରେ ୨ ଦିନ ବନ୍ଦ ରହିବ ପାଠପଢା

13/09/2021 at 10:19 AM

ଭୁବନେଶ୍ୱର ୧୩/୦୯: ଲଗାଣ ବର୍ଷାରେ ବେହାଲ ସାରା ରାଜ୍ୟ । ଏହାକୁ ଦୃଷ୍ଟିରେ ରଖି ୧୨ ଜିଲ୍ଲାରେ ୨ ଦିନ ପାଇଁ ସ୍କୁଲ ଛୁଟି ଘୋଷଣା କରାଯାଇଛି । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାରେ ବନ୍ଦ ରହିବ ସ୍କୁଲ । ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଏହି ୧୨ ଜିଲ୍ଲାଗୁଡିକ ହେଲା ପୁରୀ, ଖୋର୍ଦ୍ଧା କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଢେଙ୍କାନାଳ ଓ ନୟାଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରେଡ୍ ଆଲର୍ଟ ଜାରି ହୋଇଛି ।

ସେହିଭଳି ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର ଓ ବରଗଡ଼କୁ ମଧ୍ୟ ରେଡ୍ ଆଲର୍ଟ ଜାରି କରିଥିଲେ ଏସଆରସି । ସେହିଭଳି ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି । ଗତ ୨୪ ଘଂଟା ମଧ୍ୟରେ ରେକର୍ଡ ବର୍ଷା ହୋଇଛି । ଯାହାକୁ ନେଇ ଦୁଇ ଦିନ ପାଇଁ ସ୍କୁଲ ବନ୍ଦ ଘୋଷଣା କରିଛନ୍ତି ଜିଲ୍ଲାପାଳ ।

   Related Posts