Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନବୀନ ପଟ୍ଟନାୟକ ଏକ ନମ୍ବର, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୦ କୋଭିଡ୍ ସଂକ୍ରମିତ, ୩୩୪୩୦୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||
  • ପୁରୀ : ଆଜି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ, ଶ୍ରୀମନ୍ଦିର ଭିତରେ ଓ ବାହାରେ କରାଯାଉଛି ସାନିଟାଇଜ୍
  • ||
  • ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଆଜିଠୁ ଖୋଲିଲା ଭିତରକନିକା, କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖଠାରୁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||

ହସଂପାଳ ଛକରେ ମର୍ମନ୍ତୁଦ ଦୁର୍ଘଟଣା : ୨ ମୃତ, ୧୦ରୁ ଅଧିକ ଆହତ, ୨ ଶିଶୁ ସଂକଟାପନ୍ନ

20/01/2020 at 8:34 AM

ଭୁବନେଶ୍ୱର ୨୦/୧: ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ହସଂପାଳ ଛକ ବିଗ୍ ବଜାର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ୨ ମୃତ ୧୦ରୁ ଅଧିକ ଆହତ । ରବିବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ରୁ ଅଧିକ ଗୁରୁତର ଆହତ ହୋଇଥିବା ଜଣାପଡିଛି । ମୃତାହତମାନଙ୍କ ପରିଚୟ ମିଳି ପାରିନାହିଁ।

ଆହତମାନଙ୍କ ମଧ୍ୟରେ ୨ଜଣ ଶିଶୁ ଥିବା ଜଣାପଡିଛି। ସେମାନଙ୍କ ଅବସ୍ଥା ଅତ୍ୟନ୍ତ ସଂକଟାପନ୍ନ ରହିଛି। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ୧୦୮ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚି ମୃତାହତମାନଙ୍କୁ ଉଦ୍ଧାର କରିଛି। ରାତି ପ୍ରାୟ ସାଢ଼େ ୨ଟା ବେଳେ ଏକ ଟାଭେରା କଟକରୁ ଭୁବନେଶ୍ୱର ଆଡ଼କୁ ଆସୁଥିବା ବେଳେ ଏହି ଅଘଟଣ ଘଟିଥିଲା।

କୌଣସି ଏକ ଭାରୀଯାନ ଟାଭେରାଟିକୁ ବାମ ପଟୁ ଧକ୍କା ଦେଇଥିବା ଅନୁମାନ କରାଯାଉଛି। ଧକ୍କା ଏତେ ଶକ୍ତିଶାଳୀ ଥିଲା ଯେ ଗାଡ଼ିଟି ସଂପୂର୍ଣ୍ଣ ଭାଙ୍ଗିରୁଜି ଚୂରମାର୍  ହୋଇଯାଇଥିଲା। ଏହାସହ ଗାଡ଼ି ଭିତରେ ମୃତକଦ୍ବୟ ଚାପି ହୋଇ ରହିଥିଲେ।

   Related Posts