Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ଲଞ୍ଚ୍ ହେଲା କରୋନା ମହୌଷଧି 2DG : କୋଭିଡ୍‌କୁ ଦେବ ମାତ୍, ନାହିଁ କୌଣସି ପାର୍ଶ୍ୱ ପ୍ରତିକ୍ରିୟା

17/05/2021 at 12:10 PM

ନୂଆଦିଲ୍ଲୀ, ୧୭|୦୫: ଆସିଲା ମହୌଷଧି । ସୋମବାର ବଜାରକୁ ଆସିଛି ଡିଆରଡିଓ ଦ୍ବାରା ପ୍ରସ୍ତୁତ କରୋନା ଔଷଧ -୨ଡିଜି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ଏହି ଆଣ୍ଟି କୋଭିଡ ଔଷଧର ପ୍ରଥମ ବ୍ୟାଚ୍ ଲଞ୍ଚ କରିନ୍ତି । ଏହି ଔଷଧ ଡିଆରଡିଓର ଇନଷ୍ଟିଚ୍ୟୁଟ୍ ଅଫ ନିଉକ୍ଲିଅର ଆଣ୍ଡ ଆଲାଏଡ ସାଇନସ୍ ଏବଂ ହାଇଦ୍ରାବାଦ ସ୍ଥିତ ଡକ୍ଟର ରେଡି ଲ୍ୟାବ ମିଳିତ ଭାବେ ପ୍ରସ୍ତୁତ କରିଛନ୍ତି ।

ଏହି ଔଷଧ ପାଉଡର ଗୁଣ୍ଡ ଆକାରରେ ମିଳିବ ଏବଂ ଏହାକୁ ପାଣିରେ ମିଶାଇ ପିଆଯାଇ ପାରିବ । ଡିଆରଡିଓ ପକ୍ଷରୁ କୁହାଯାଇଛି ଏହି ଔଷଧ ଯେଉଁ କେତେକ କରୋନା ରୋଗୀଙ୍କୁ ଟ୍ରାଏଲ୍ ପାଇଁ ଦିଆଯାଇଥିଲା ତାଙ୍କ ଆରଟିପିସିଆର ଟେଷ୍ଟ କମ୍ ଦିନରେ ନେଗେଟିଭ୍ ଆସିଛି । ଏହା କରୋନା ରୋଗୀଙ୍କ ପାଇଁ ବେଶ ଫଳପ୍ରଦ ହେଉଛି ବୋଲି ଦାବି କରାଯାଇଛି ।

ପ୍ରଥମ ବ୍ୟାଚରେ ୧୦ ହଜାର ଡୋଜ୍ ବଜାରକୁ ଆସିବ । ଏହି ଔଷଧକୁ ସାମାନ୍ୟ ଏବଂ ମଧ୍ୟମ ଲକ୍ଷଣ ଥିବା କୋରୋନା ରୋଗୀଙ୍କ କ୍ଷେତ୍ରରେ ବ୍ୟବହାର ହୋଇପାରିବ । ଏହି ଔଷଧର ‘ମଲିକ୍ୟୁଲ୍ ’ ଚିକିତ୍ସାଧୀନ କୋଭିଡ୍ ରୋଗୀଙ୍କୁ ଶୀଘ୍ର ସୁସ୍ଥ କରିବା ସହ ଅମ୍ଳଜାନ ନିର୍ଭରଶୀଳତା ହ୍ରାସ କରିବ । ଡିଆରଡିଓ ଓ ହାଇଦ୍ରାବାଦର ଡକ୍ଟର ରେଡ୍ଡୀ ଲାବୋରେଟୋରୀ ସହଯୋଗରେ ଏହି ଔଷଧକୁ ବିକଶିତ କରାଯାଇଛି । କ୍ଲିନିକାଲ୍ ପରୀକ୍ଷା ଫଳାଫଳରେ ଦର୍ଶାଇଛି ଯେ ଏହି ଆଣ୍ଟି-କୋଭିଡ୍ ଡ୍ରଗ୍ ହସ୍ପିଟାଲରେ ଭର୍ତ୍ତି ରୋଗୀଙ୍କୁ ଶୀଘ୍ର ସୁସ୍ଥ ହେବାରେ ସାହାଯ୍ୟ କରିଥାଏ । ଏଥରେ କୌଣସି ପ୍ରକାରର ପାର୍ଶ୍ବ ପ୍ରତିକ୍ରିୟା ନାହିଁ।

   Related Posts