Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ବିଲ କାମ ସାରି ଫେରିବା ବେଳେ ହେଲା ବଜ୍ରପାତ, ଦୁଇ ଯୁବତୀ ଗୁରୁତର

3/07/2021 at 10:06 PM

ପାଟଣା, ୦୩/୦୭: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ବାଉଁଶୁଳି ପଞ୍ଚାୟତ ନିଶ୍ଚିନ୍ତପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଶନିବାର ସନ୍ଧ୍ୟାରେ ବଜ୍ରପାତ କାରଣରୁ ଦୁଇ ମହିଳା ଶ୍ରମିକ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଗୁରୁତର ଦୁଇ ଜଣ ହେଲେ ହରିଚନ୍ଦନପୁର ଥାନା ଜାମୁପଶି ଗ୍ରାମର ରଶ୍ମୀ ମୁଣ୍ଡା(୨୦) ଓ ମଞ୍ଜରୀ ମୁଣ୍ଡା(୨୧) ।

ସୂଚନା ଅନୁସାରେ ଜାମୁପଶି ଗ୍ରାମରୁ ୪ ଜଣ ଯୁବତୀ ଭିଣୋଇ ଘର ତୁରୁମୁଙ୍ଗା ଥାନା ନିଶ୍ଚିନ୍ତପୁର ଗ୍ରାମର ରଣଜିତ ମୁଣ୍ଡାଙ୍କ ଘରକୁ ବିଲ କାମ କରିବାକୁ ଆସିଥିଲେ । ଆଜି ସନ୍ଧ୍ୟାରେ ବିଲରୁ କାମ ସାରି ଫେରୁଥିବା ବେଳେ ବଜ୍ରପାତ ହୋଇଥିଲା । ଘଟଣା ସ୍ଥଳରେ ଦୁଇ ଜଣ ଗୁରୁତର ହୋଇ ପଡିଥିଲେ ଉଭୟଙ୍କୁ ୧୦୮ ସହାୟତାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

   Related Posts