Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

ସୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମଧ୍ୟରେ ଗୁଳିବିନିମୟ ; ଜୈଶ୍-ଏ-ମହମ୍ମଦର ୨ ଆତଙ୍କବାଦୀ ନିହତ

27/02/2019 at 10:01 AM

ଶ୍ରୀନଗର ୨୭|୨: ଭାରତୀୟ ବାୟୁସେନା ଦ୍ବାରା ଏୟାର ଷ୍ଟ୍ରାଇକ୍ କରାଯିବା ପରେ ପାକିସ୍ତାନ ବିଚଳିତ ହୋଇଯାଇଛି । ଭାରତର ପ୍ରତି ଜବାବ ପରେ ବିଳବିଳେଇ ଯାଇଛି ପାକିସ୍ତାନ । ଫଳରେ ଅସ୍ତ୍ର ବିରତି ଉଲଂଘନ କରିଛି ପାକିସ୍ତାନ । ଲାଇନ୍ ଅଫ୍ କଣ୍ଟ୍ରୋଲରେ ଅସ୍ତ୍ର ବିରତି ଉଲଂଘନ କରିଛି ପାକ୍ । ଭାରତୀୟ ସୈନ୍ୟ ଏବଂ ପାକ୍ ସେନାଙ୍କ ମଧ୍ୟରେ ଗୁଳିବିନିମୟ ଚାଲିଛି । ଏଥିରେ ୭ଜଣ ଭାରତୀୟ ଯବାନ ଆହତ ହୋଇଛନ୍ତି ।

ସେହିପରି ସୋପିଆନରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ଗୁଳିବିନିମୟରେ ଦୁଇ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି । ନିହକ ହୋଇଥିବା ଦୁଇ ଆତଙ୍କବାଦୀ ଜୈଶ୍-ଏ-ମହମ୍ମଦର ସଦସ୍ୟ । ସୋପିଆନରେ ସିଆରପିଏଫ୍ ଯବାନ ଏବଂ ଜମ୍ମୁକାସ୍ମୀର ପୋଲିସର ମିଳିତ ଅପରେସନ କରାଯାଇଥିଲା । ଏହି ଅଞ୍ଚଳରେ ୨ରୁ ୩ଜଣ ଆତଙ୍କବାଦୀ ଲୁଚି ରହିଥିବାର ସୂଚନା ମିଳିଥିଲା । ସୁରକ୍ଷାକର୍ମୀଙ୍କ ସୂଚନା ମିଳିଥିଲା ଯେ, ଜୈଶି-ଏ-ମହମ୍ମଦର ଆତଙ୍କବାଦୀ ମେମନ୍ଦର ଗାଁ ନିକଟରେ ଲୁଚି ରହିଥିଲେ । ଫଳରେ ରାତି ୧ଟା ୧୫ ମିନିଟ୍ ରେ ମିଳିତ ଅପରେସନ ଆରମ୍ଭ କରାଯାଇଥିଲା । ଆଜି ଭୋର ୪ଟା ୪୫ ମିନିଟ୍ ପରେ ଗୁଳିବିନିମୟ ଆରମ୍ଭ ହୋଇଥିଲା । ଫଳରେ ଜୈଶ୍-ଏ-ମହମ୍ମଦର ୨ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଏବେବି ଘଟଣାସ୍ଥଳରେ ସର୍ଚ୍ଚ ଅପରେଶନ ଜାରି ରହିଛି ।

   Related Posts