Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

୨ ଯୁବକଙ୍କୁ ହତ୍ୟା କରି ଫିଙ୍ଗି ଦେଲେ ଦୁର୍ବୃତ୍ତ: ହତ୍ୟାକାରୀ ଗିରଫ ଦାବିରେ ରାସ୍ତାରୋକ

18/10/2020 at 5:40 PM

ବାଲିଗୁଡା୧୮/୧୦: ୨ ଯୁବକଙ୍କୁ ହତ୍ୟା କରି ଫିଙ୍ଗି ଦେଲେ ଦୁର୍ବୃତ୍ତ।  ବାଲିଗୁଡା ଗଦରିଙ୍ଗିଆ ଘାଟିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତ ଦୁଇ ଯୁବକ ହେଲେ ହେଲେ ସଙ୍କଳ୍ପ ନାୟକ ଓ ତପନ ବେହେରା l ହତ୍ୟାକାରୀଙ୍କୁ ଗିରଫ ଦାବୀରେ ତମୁଡ଼ିବନ୍ଧରେ ଜାତୀୟ ରାଜପଥ ଅବରୋଧ କରିଛନ୍ତି ସ୍ଥାନୀୟ ବାସିନ୍ଦା। ଯାହାଫଳରେ ରାୟପୁରରୁ ବ୍ରହ୍ମପୁରକୁ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି।

ବର୍ତ୍ତମାନ ସୁଦ୍ଧା ସ୍ଥାନୀୟ ଅଂଚଳରେ ଉତ୍ତେଜନା ଲାଗି ରହିଛି। ମିଳିଥିବା ସୂଚନା ଅନୁସାରେ ୨ ଜଣ ଯୁବକ ବାଇକ ଯୋଗେ ଘରକୁ ଫେରୁଥିବା ବେଳେ ଏଭଳି ଘଟଣା ଘଟିଛି।  ତୁମୁଡିବନ୍ଧ ଥାନା ଅନ୍ତର୍ଗତ ଗଦରିଙ୍ଗିଆ ଘାଟିରେ ଦୁର୍ବୁତ୍ତମାନେ ଡକାୟତ କରିବା ସହିତ ୨ ଜଣଙ୍କୁ ହତ୍ୟା କରି ଫିଙ୍ଗି ଦେଇଥିଲେ। ପୋଲିସ୍ ଘଟଣାସ୍ଥଳରେ ପହଁଞ୍ଚି ଶବ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ହତ୍ୟାକାରୀଙ୍କ ଗିରଫ ଦାବିରେ ସ୍ଥାନୀୟ ଲୋକେ ଧାରଣରେ ବସିଛନ୍ତି। ବାଲିଗୁଡା ଏସ ଡ଼ି ପି ଓ ମାନସ ରଞ୍ଜନ ବାରିକ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଛନ୍ତି

   Related Posts