Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୭୯୩ କରୋନା ସଂକ୍ରମିତ, ୨୭୭୮୮୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • କେନ୍ଦ୍ରାପଡାରେ ଘରେ ପଶି ଲୁଟିଲେ, କଟୁରୀରେ ହାଣି ଖସିଗଲେ, ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଅଫିସ୍‌ରୁ ଜବତ ହେଲା ୯ଟି ଟଙ୍କା ଭର୍ତ୍ତି ଲଫାପା, ବାନ୍ଧିନେଲା ଭିଜିଲାନ୍ସ
  • ||
  • ପାଟଣାରେ ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ
  • ||
  • ବାଲିଅନ୍ତାରେ ଜୁଆ ଆଡ୍ଡା ଉପରେ ଚଢାଉ, ୩ ଗିରଫ
  • ||
  • ଚାନ୍ଦବାଲିରେ ଟ୍ରେନ୍ ଲାଇନ୍‌ରୁ ମିଳିଲା ନାବାଳକଙ୍କ ମୃତଦେହ
  • ||
  • ପୁରୀରେ ୪ ବ୍ରାଉନସୁଗାର ବେପାରୀ ଗିରଫ, ୫.୩୨ ଗ୍ରାମ୍ ବ୍ରାଉନସୁଗାର ଜବତ
  • ||
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||

୨ ମନ୍ତ୍ରୀଙ୍କ ସମେତ ୧୨ ବିଧାୟକ କୋଭିଡ୍ ପଜିଟିଭ୍ ଚିହ୍ନଟ, କିଏ କିଏ ଜାଣନ୍ତୁ

28/09/2020 at 4:52 PM

ଭୁବନେଶ୍ବର୨୮/୯: ୨ ମନ୍ତ୍ରୀଙ୍କ ସମେତ ୧୨ ବିଧାୟକ କରୋନା ପଜିଟିଭ୍‌ ଚିହ୍ନଟ୍। ବିଧାନସଭାରେ ହୋଇଥିବା ଦ୍ୱିତୀୟ ଦିନର କୋଭିଡ ରିପୋର୍ଟ ଆସିସାରିଛି। କାଲିର ପରୀକ୍ଷାରୁ ଆଉ ୧୨ ବିଧାୟକ ଓ ୨ ମନ୍ତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୨ ଦିନରେ ମୋଟ ୧୪ ବିଧାୟକ ଓ ମନ୍ତ୍ରୀ ପଜିଟିଭ୍ ଚିହ୍ନଟ ହେଲେଣି । ଉପବାଚସ୍ପତି ରଜନୀକାନ୍ତ ସିଂ, ମନ୍ତ୍ରୀ ପଦ୍ମିନୀ ଦିଆନ୍, ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ, ବିଧାୟକ ଉମାକାନ୍ତ ସାମନ୍ତରାୟ, ବିଧାୟକ ବିଷ୍ଣୁବ୍ରତ ରାଉତରାୟ, ଅଶୋକ ବଳ, ଭାଗୀରଥୀ ସେଠୀ, ସୁଶାନ୍ତ ବେହେରା, ନାଉରୀ ନାୟକ, ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଓ ସୁକାନ୍ତ ନାୟକ କରୋନାରେ ସଂକ୍ରମିତ ହୋଇଛନ୍ତି । କାଲି ପ୍ରମୀଳା ମଲ୍ଲିକ ଓ ଦେବୀ ମିଶ୍ର କରୋନା ପଜିଟିଭ୍ ହୋଇଥିଲେ । କେବଳ ସେମାନେ ନୁହନ୍ତି, ପୂର୍ବରୁ ମଧ୍ୟ କିଛି ବିଧାୟକ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।

ଅନ୍ୟପଟେ ଆସନ୍ତା କାଲିଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ମୌସୁମୀ ଅଧିବେଶନ। କୋଭିଡ ସମୟରେ ହେବାକୁ ଥିବା ଏହି ଅଧିବେଶନରେ କୋଭିଡ କଟକଣାକୁ କିଭଳି ପ୍ରାଧାନ୍ୟ ଦିଆଯିବ ତାହା ଉପରେ ଗୁରୁତ୍ବ ଦିଆଯାଉଛି। ବିଧାନସଭା ଆରମ୍ଭ ହେବା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରି ଏଭଳି ମନ୍ତବ୍ୟ ଦେଇଛନ୍ତି ପୋଲିସ ଡିଜି। ସମୁଦାୟ ୨୫ ପ୍ଲାଟୁନ ପୋଲିସ ମୁତୟନ ହେଉଥିବା ବେଳେ କରୋନା ପଜିଟିଭରୁ ଫେରିଥିବା ପୋଲିସ ଅଧିକାରୀଙ୍କୁ ପ୍ରାଧାନ୍ୟ ଦିଆଯାଉଛି। କୋଭିଡ କଟକଣା ବେଳେ ଧାରଣା ପାଇଁ କୌଣସି ଲୋକ ଆବେଦନ କରିନ ଥିବା ବେଳେ ଆସନ୍ତା ୩୦ ତାରିଖ ପରେ ଯେ କୌଣସି ଲୋକ ଆବେଦନ କରିବେ ତାହା ଉପରେ ଆଲୋଚନା କରାଯିବ ବୋଲି କହିଛନ୍ତି ଡିଜି ଅଭୟ। 

   Related Posts