Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

ଟିକା ନେଇ ଦୁଇ ମାସର ଶିଶୁ ମୃତ୍ୟୁ ଅଭିଯୋଗ, ମେଡିକାଲରେ ଧାରଣାରେ ପରିବାର

14/07/2021 at 10:42 PM

ଭଦ୍ରକ, ୧୪।୦୭: ଟିକା ନେଇ ୨ ମାସ ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଏନେଇ ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ପରିବାର ଲୋକ ଧାରଣା ଦେଇଛନ୍ତି । ବାଣୀତିଆ ପଞ୍ଚାୟତ ମୁକ୍ତାପଦି ଗାଁରେ ଏପରି ଅଭାବନୀୟ ଘଟଣା ଘଟିଛି । ଶିଶୁଟିକୁ ଏକ ସଙ୍ଗେ ୩ଟି ଟିକା ଦିଆଯାଇଥିବା ପରିବାର ଲୋକ ସୂଚନା ଦେଇଛନ୍ତି ।

ଜନ୍ମରୁ ୫ ବର୍ଷ ପର୍ଯ୍ୟନ୍ତ ଶିଶୁଙ୍କୁ ଯେଉଁ ଟିକା ଦିଆଯାଏ ସେହି ଟିକା ଦିଆଯାଇଥିଲା । ଆଜି ଶିଶୁଟିକୁ ଏକକାଳୀନ ୩ଟି ଟିକା ଓପିଭି-୧, ଡିପିଟି-୧ ଓ ହେପିଟାଇଟିସ ବି-୧ ଦିଆଯାଇଥିଲା। ଟିକା ନବାର କିଛି ସମୟ ପରେ ଶିଶୁଟି ଅସୁସ୍ଥ ହୋଇପଡିଥିଲା। ପରେ ପରିବାର ସଦସ୍ୟ ପିଲାଟିକୁ ତୁରନ୍ତ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରିଥିଲେ। ଡାକ୍ତର ଶିଶୁଟିକୁ ମୃତ ଘୋଷଣା କରିଥିଲେ। ତେବେ ଟୀକା ଦେବାରେ ଅବହେଳା ହୋଇଥିବା ଅଭିଯୋଗ ନେଇ ପରିବାର ଲୋକେ ଧାରଣାରେ ବସିଛନ୍ତି । ଭଦ୍ରକ ଟାଉନ ପୋଲିସ ପହଞ୍ଚି ବୁଝାସୁଝା କରିଛି ।

   Related Posts