Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଜେଟ୍ ଅଧିବେଶନ: ଜାନୁଆରୀ ୩୧ରେ ରାଷ୍ଟ୍ରପତିଙ୍କ ଅଭିଭାଷଣ, ଫେବୃଆରୀ ୧ରେ ଉପସ୍ଥାପନ ହେବ ବଜେଟ୍
  • ||
  • IPL 2022: ନିଜ ଟିମ୍‌ର ନାମ ଘୋଷଣା କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି, ରଖିଲା ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୩୦୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୧୧୫ଜଣ ଡିସଚାର୍ଜ
  • ||
  • ରବିଚନ୍ଦ୍ରନ ଅଶ୍ବିନ ନିରାଶ, ଏହି ଖେଳାଳି ହେଲେ ‘ଟେଷ୍ଟ କ୍ରିକେଟର୍ ଅଫ୍‌ ଦି ଇୟର’
  • ||
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ଭଲ ଖବର: ସୁସ୍ଥ ହେଲେ ରାଜ୍ୟର ଆଉ ୨ କରୋନା ସଂକ୍ରମିତ

27/04/2020 at 3:06 PM

ଭୁବନେଶ୍ୱର, ୨୭|୦୪:  ଗୋଟିଏ ପଟେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିଲେ ମଧ୍ୟ ଏକ ଭଲ ଖବର ସାମ୍ନାକୁ ଆସିଛି । ଆଉ ୨ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି ।

ସୁସ୍ଥ ହୋଇଥିବା ଏହି ୨ ସଂକ୍ରମିତ ଭୁବନେଶ୍ୱରର ହୋଇଥିବା ସୂଚନା ମିଳିଛି । ଏହା ପରେ ରାଜ୍ୟରେ ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩୭ରେ ପହଁଚିଛି । ରବିବାର ମଧ୍ୟ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଥିଲେ । ସେ ଭୁବନେଶ୍ୱର ଏମସ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । କରୋନା ରିପୋର୍ଟ ନେଗେଟିଭ୍ ଆସିବା ପରେ ତାଙ୍କୁ ମେଡିକାଲରୁ ଡିସଚାର୍ଜ୍ କରାଯାଇଥିଲା ।

ସୂଚନାଯୋଗ୍ୟ, ରାଜ୍ୟରେ ଚିହ୍ନଟ ହୋଇଥିବା ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦୮ରେ ପହଁଚିଛି । ଆଜି ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏ ସମସ୍ତ ଆକ୍ରାନ୍ତ ବାଲେଶ୍ବର କଣ୍ଟେନମେଣ୍ଟ ଅଞ୍ଚଳର ବୋଲି ସୂଚନା ମିଳିଛି । ଆକ୍ରାନ୍ତଙ୍କ ଭିତରୁ ୪ଜଣ ମହିଳା ଏବଂ ଜଣେ ପୁରୁଷ । ମହିଳାଙ୍କ ଭିତରୁ ଜଣଙ୍କ ବୟସ ୫୫, ଜଣେ ୨୨ବର୍ଷୀୟ, ଜଣେ ୨୩ବର୍ଷୀୟ ଏବଂ ଅନ୍ୟ ଜଣେ ୨୯ବର୍ଷୀୟ ମହିଳା । ଅନ୍ୟ ଜଣେ ପୁରୁଷଙ୍କ ବୟସ ୨୭ବର୍ଷ । ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସଂପର୍କ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ।

ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କୁ ମିଶାଇ କେବଳ ବାଲେଶ୍ବରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ କୁ ବୃଦ୍ଧି ପାଇଛି । ସେହିପରି ଏହି ନୂଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୮କୁ ବୃଦ୍ଧି ପାଇଛି ।

   Related Posts