Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

କଲୋନୀରେ ପଡିଲା ଚହଳ: ଗ୍ୟାସ୍ ସିଲିଣ୍ଡରରେ ନିଆଁ ଲାଗି ଶାଶୁ- ବୋହୂ ଗୁରୁତର, ପୋଡି ଯାଇଛି ଶରୀରର ୮୦ ଭାଗ

12/11/2020 at 9:39 PM


ଆନନ୍ଦପୁର୧୨/୧୧: ଗ୍ୟାସ୍ ସିଲିଣ୍ଡରରେ ନିଆଁ ଲାଗି ଶାଶୁ- ବୋହୂ ଉଭୟ ଗୁରୁତର। ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ସମ୍ମୁଖ ଷ୍ଟେଟ୍ ବ୍ୟାଙ୍କ ଶାଖା ପଛପଟ କଲୋନୀରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ୟାସ୍ ସିଲିଣ୍ଡରରେ ନିଆଁ ଲାଗି ଶାଶୁ- ବୋହୂ ଉଭୟ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଗୁରୁତର ହେଲେ ବିନୋଦ ଦାଶଙ୍କ ସ୍ତ୍ରୀ କାନନ ଓ ବୋହୂ ସୁନିତା। ଚା ତିଆରି ପାଇଁ ଶାଶୁ କାନନ ଦିଆସିଲି ମାରିବା ବେଳେ ହଠାତ୍ ନିଆଁ ଜଳି ଉଠିଥିଲା।

ଏହି ନିଆଁ ତାଙ୍କ ଦେହରେ ମାଡି ଯାଇଥିଲା।ଏହି ସମୟରେ ଶାଶୁଙ୍କୁ ଉଦ୍ଧାର କରିବାକୁ ବୋହୂ ସୁନିତା ଧାଇଁ ଆସିଥିଲେ। ସେ ମଧ୍ୟ ଗୁରୁତର ହୋଇଯାଇଥିଲେ। ପରିବାର ଲୋକେ ଉଭୟଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ତେବେ ଉଭୟଙ୍କ ଶରୀରର ୮୦ ପ୍ରତିଶତ ପୋଡି ଯାଇଥିବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯିବ ବୋଲି ଡାକ୍ତର କହିଛନ୍ତି।

   Related Posts