ଜମ୍ମୁ-କାଶ୍ମୀର ପୁଲୱାମାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳିବିନିମୟ ; ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ

Published By : Prameya-News7 Bureau | November 10, 2018 IST

ଶ୍ରୀନଗର ୧୦|୧୧:  ଜମ୍ମୁ-କାଶ୍ମୀର ପୁଲୱାମାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ସୂଚନା ଅନୁସାରେ ପୁଲୱାମରେ ଟିକେନ ଗାଁ ନିକଟରେ ଆତଙ୍କବାଦୀ ଲୁଚି ରହିଥିବା ଖବର ପାଇଥିଲେ ସୁରକ୍ଷାକର୍ମୀ । ଖବର ପାଇବା ପରେ ସେହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ ସୁରକ୍ଷାକର୍ମୀ । ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଆତଙ୍କବାଦୀମାନେ ପ୍ରଥମେ ଗୁଳିମାଡ କରିଥିଲେ । ସୁରକ୍ଷାକର୍ମୀଙ୍କ ପାଲଟା ଗୁଳିରେ ଘଟଣାସ୍ଥଳରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି । ଏନକାଉଣ୍ଟର ପରେ ସୁରକ୍ଷାକର୍ମୀମାନେ ସେମାନଙ୍କ ମୃତଦେହକୁ ଉଦ୍ଧାର କରିଛନ୍ତି । ସେମାନଙ୍କ ପରିଚୟ ମିଳିନାହିଁ । ତେବେ ଗତକାଲି ଦକ୍ଷିଣ କାଶ୍ମୀର ଟ୍ରାଲ ଅଞ୍ଚଳରେ ଏନକାଉଣ୍ଟରେ ଜୈସ-ଇ-ମହମ୍ମଦର ଜଣେ ଆତଙ୍କବାଦୀର ମୃତ୍ୟୁ ହୋଇଥିଲା । ପାଲଟା ଆକ୍ରମଣରେ ଜଣେ ସୁରକ୍ଷାକର୍ମୀ ମଧ୍ୟ ଆହତ ହୋଇଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.