Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ବସ୍ ସହ ବସ୍ ମୁହାଁମୁହିଁ ଧକ୍କା ; ୨୦ରୁ ଅଧିକ ଯାତ୍ରୀ ଆହତ

27/12/2018 at 9:32 AM

ବ୍ରହ୍ମପୁର ୨୭|୧୨: ୧୬ନଂ ଜାତୀୟ ରାଜପଥ ବ୍ରହ୍ମପୁର ନିକଟ ସୋରଳ ଛକରେ ଦୁର୍ଘଟଣା ହୋଇଛି । ଦୁଇଟି ବସ୍ ମୁହାଁମୁହିଁ ଧକ୍କା ହୋଇଛନ୍ତି । ଦୁର୍ଘଟଣା ଫଳରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଆହତମାନଙ୍କୁ ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତର କରାଯାଇଛି ।

ସୂଚନା ଅନୁସାରେ ଆଜି ସକାଳୁ ‘ଲିଟୁ ଆଣ୍ଡ ଲିଟୁ’ ନାମକ ଏକ ଘରୋଇ ବସ୍ ବ୍ରହ୍ମପୁରରୁ ଚିକିଟି ଯାଉଥିବା ବେଳେ ବିପରୀତ ଦିଗରୁ କୋରାପୁଟରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ‘ଖମ୍ବେଶ୍ବରୀ’ ନାମକ ଘରୋଇ ବସ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଗୋଟିଏ ବସ୍ ଡିଭାଇଡର୍ ଉପରକୁ ଚଢି ଯାଇଥିଲା ଓ ଅନ୍ୟ ଏକ ବସ୍ ରାସ୍ତା କଡକୁ ଖସି ପଡିଥିଲା । ଦୁର୍ଘଟଣା ଫଳରେ ୨୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି । ଆହତମାନଙ୍କୁ ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts