୨୦ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ଆଶଙ୍କା, ଆଲର୍ଟ ଜାରି କଲା ପାଣିପାଗ ବିଭାଗ

Published By : Prameya-News7 Bureau | June 27, 2021 IST

ଭୁବନେଶ୍ୱର, ୨୭|୦୬ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ ଝଡବର୍ଷା ସହ ବଜ୍ରପାତ ହୋଇପାରେ । ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ବଜ୍ରପାତ ସହ ବର୍ଷା ପାଇଁ ୨୦ ଜିଲ୍ଲାକୁ ଆଲର୍ଟ କରାଯାଇଛି । ଏହି ୨୦ ଜିଲ୍ଲା ଗୁଡିକ ହେଲା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ।

ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.