Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ପ୍ରଭାବ: ୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ଫେରିଲେ ୬୪୮ ସଂକ୍ରମିତ
  • ||
  • ଲଭ୍‌ ଜିହାଦ ଉପରେ ଅଧ୍ୟାଦେଶ ପାରିତ କଲା ୟୁପି କ୍ୟାବିନେଟ୍‌, ଧୋକା-ଧମକ ଦେଇ ଧର୍ମ ପରିବର୍ତ୍ତନ କରାଇଲେ ୧୦ ବର୍ଷ ଜେଲ୍‌
  • ||
  • ଅତ୍ୟଧିକ କାମର ବୋଝ ସହିନପାରି ଆଖି ବୁଜିଲେ ବାପା: ଉପର ଅଧିକାରୀଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଲେ ଝିଅ, କହିଲେ…
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||
  • ୨ ବାରହା ଶିକାରୀ ଗରିଫ: ମାଂସ ଭାଗବଣ୍ଟା ବେଳେ ମାଡି ବସିଲେ ବନ ବିଭାଗର କର୍ମଚାରୀ
  • ||
  • କରୋନାରେ ଜୀବନ ହାରିଥିବା ଠିକାଦାରଙ୍କୁ ଆର୍ଥିକ ସହାୟତା ଦେଲା ଠିକାଦାର ସଂଘ
  • ||
  • ୧୦ ଡଲାରରୁ କମ୍‌ ମୂଲ୍ୟରେ ମିଳିବ ଋଷ କରୋନା ଭ୍ୟାକ୍‌ସିନ Sputnik V, ଜାନୁଆରୀରୁ ଆରମ୍ଭ ହେବ ଡେଲିଭରି
  • ||
  • ହାଇଓ୍ବା ଧକ୍କାରେ ଜଣେ ଶିଶୁଙ୍କ ସମେତ ୬ ଜଣଙ୍କ ମୃତ୍ୟୁ: ଚାଲି ଚାଲି ଯିବା ବେଳେ ପଛରୁ ମାଡିଗଲା
  • ||
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||
  • ଯୋଜନାବଦ୍ଧ ଲୁଟ୍ : ସାଙ୍ଗଙ୍କୁ ଲଗାଇ ଡକାୟତି କରାଇଥିଲା IIFL କର୍ମଚାରୀ ଲାଲା ଅମ୍ରିତ ରାୟ
  • ||

ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର, ୨୦ଟି ଗେଟ୍ ଦେଇ ଜଳ ନିଷ୍କାସିତ

16/08/2019 at 9:41 AM

ସମ୍ବଲପୁର ୧୬|୮: ବଢୁଛି ହୀରାକୁଦ ଜଳଭଣ୍ଡାର ଜଳସ୍ତର । ଛତିଶଗଡ଼ରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢିବାରେ ଲାଗିଛି । ଜଳଭଣ୍ଡାରରେ ଜଳସ୍ତର ବଢ଼ୁଥିବାରୁ  ଗୁରୁବାର ସନ୍ଧ୍ୟାରେ ଆଉ ୪ଟି ଗେଟ୍  ଖୋଲାଯାଇଥିଲା । ଏବେ ଡ୍ୟାମ୍ ର ୨୦ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି ।

ବାମପଟ ସ୍ପିଲ୍ ୱେରୁ ୧୩ଟି ଗେଟ୍ ଓ ଦକ୍ଷିଣ ପଟରୁ ୭ଟି ଗେଟ୍ ଖୋଲାଯାଇଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୨୦.୮୭ ଫୁଟ ରହିଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୫୧ ହଜାର ୫୫୦ କ୍ୟୁସେକ ଜଳ ପ୍ରବେଶ କରୁଛି ।

ସେହିପରି  ପ୍ରତି ସେକେଣ୍ଡରେ ୩ ଲକ୍ଷ ୨୮  ହଜାର୨୯୫ କ୍ୟୁସେକ ଜଳ ନିଷ୍କାସିତ ହେଉଛି । ହୀରାକୁଦ ଜଳଭଣ୍ଡାରର ଜଳସ୍ତର ନିୟନ୍ତ୍ରଣ ପାଇଁ ମୋଟ ୨୦ଟି  ଗେଟ୍ ଖୋଲାଯାଇଛି । ଆବଶ୍ୟକ ପଡିଲେ ଆହୁରି ଗେଟ ଖୋଲାଯିବ ।

ତେବେ ମୁଣ୍ଡଳୀରେ ଏହି ପାଣି ପହଁଚିବାକୁ ଆହୁରି ୨୪ ଘଣ୍ଟା ସମୟ ଲାଗିବ ।  ଏବେ ମୁଣ୍ଡଳୀରେ ୪ ଲକ୍ଷ ୭୪ ହଜାର ୬୨୪ କ୍ୟୁସେକ ଜଳ ପ୍ରବାହିତ ହେଉଥିବା ବେଳେ ମହାନଦୀର ନରାଜ ଠାରେ ୨୫.୭୫ ଫୁଟ ଜଳ ପ୍ରବାହିତ ହେଉଛି ।

   Related Posts