Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାରେ ଗୋବିନ୍ଦ ସାହୁ ମୋଷ୍ଟ ଓ୍ବାଣ୍ଟେଡ୍, ଧରାଇଦେଲେ ମିଳିବ ୨୦ହଜାର ଟଙ୍କା

19/10/2021 at 1:16 PM

ବଲାଙ୍ଗିର ୧୯।୧୦: କଳାହାଣ୍ଡି ଜିଲ୍ଲା କେଗାଁ ଥାନା ମହାଲିଙ୍ଗ ସନସାଇନ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣା ଆହୁରି ରହସ୍ୟ ମଧ୍ୟକୁ ଟାଣିହୋଇଯାଉଛି । ମହାଲିଙ୍ଗ ଷ୍ଟାଡିୟମ୍ ଖୋଳା ବେଳେ ଏକ ଗଳିତ ମୃତଦେହ ମିଳିଛି ଯାହା ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କର ବୋଲି ସନ୍ଦେହ କରାଯାଉଛି ।

ସେପଟେ ନିଖୋଜ ଘଟଣାରେ ଅଟକ ଥିବା ସ୍କୁଲ ପରିଚାଳନା କମିଟି ସଭାପତି ଗୋବିନ୍ଦ ସାହୁ ଚମ୍ପଟ ମାରିଥିବା ବେଳେ ତାଙ୍କୁ ମୋଷ୍ଟ ଓ୍ବାଣ୍ଟେଡ ଦର୍ଶାଇଛି ପୋଲିସ । ତାଙ୍କୁ ଧରିବା ପାଇଁ ପୁରସ୍କାର ରାଶି ଘୋଷଣା କରିଛି ବଲାଙ୍ଗିର ପୋଲିସ । ୨୦ ହଜାର ଟଙ୍କା ପୁରଷ୍କାର ଘୋଷଣା କରାଯାଇଛି । ଗତ ୧୭ ତାରିଖ ରାତିରୁ ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ ପୋଲିସ ବ୍ୟାରେକରୁ ଫେରାର ଅଛନ୍ତି ଗୋବିନ୍ଦ ସାହୁ ।

ସେପଟେ ମହାଲିଙ୍ଗ୍ ଷ୍ଟାଡିୟମ୍ ରୁ ମିଳିଛି ଗଳିତ ମୃତଦେହ । ମୃତଦେହଟି ନିଖୋଜ ମମିତା ମେହେରଙ୍କ ହୋଇଥିବା ସନ୍ଦେହ କରାଯାଉଛି । ତେବେ ଉଦ୍ଧାର ହୋଇଥିବା ମୃତଦେହର ଡିଏନଏ ଟେଷ୍ଟ କରାଯିବ ବୋଲି ବଲାଙ୍ଗୀର ପୋଲିସ କହିଛି । ମୃତଦେହ ଚିହ୍ନଟ ପାଇଁ ମମିତାଙ୍କ ପରିବାର ଲୋକଙ୍କୁ ଡକାଯାଇଛି । ଖେଳ ପଡିଆ ଜଗୁଆଳି ଏବଂ ଜେସିବି ଡ୍ରାଇଭରଙ୍କ ଅଟକ ପରେ ଷ୍ଟାଡିୟମରେ ଖୋଳିବା କାର୍ଯ୍ୟ ଆରମ୍ଭ ହୋଇଥିଲା ।  ଘଟଣାସ୍ଥଳରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ, ମାଜିଷ୍ଟ୍ରେଟ୍ ଙ୍କ ସହ ଏକ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ରହିଛନ୍ତି । ଘଟଣାସ୍ଥଳରେ ଉଭୟ କଳାହାଣ୍ଡି ଓ ବଲାଙ୍ଗୀର ଜିଲ୍ଲାର ପୋଲିସ ଉପସ୍ଥିତ ରହିଛନ୍ତି । ଷ୍ଟାଡିୟମରେ ମାଟି ଖୋଳି ଯାଞ୍ଚ କରିବା ପୂର୍ବରୁ ପୋଲିସ ଦୁଇ ଜଣଙ୍କ ଅଟକ ରଖିଥିଲା । ନିର୍ମାଣଧୀନ ମହାଲିଙ୍ଗ ସରକାରୀ ହାଇସ୍କୁଲ ଖେଳପଡିଆର ଜଗୁଆଳି ଗୁପ୍ତେ ତାଣ୍ଡି ଏବଂ ସେଠାରେ ନିୟୋଜିତ ଜେସିବି ଡ୍ରାଇଭର ପୁଷ୍କର ଭୋଇଙ୍କୁ ମଧ୍ୟ ପୋଲିସ ଦ୍ବାରା ଅଟକ। ଏମାନଙ୍କ ସୂଚନାକୁ ଆଧାର କରି ପୋଲିସ ଷ୍ଟାଡିୟମ୍ କୁ ସିଲ୍ କରି ଖୋଳିବା ଆରମ୍ଭ କରିଥିଲା ।  ସେଠାରୁ ଗଳିତ ମୃତଦେହ ମିଳିବା ପରେ ଘଟଣା ଆହୁରି ରହସ୍ୟ ଆଡକୁ ଯିବାରେ ଲାଗିଛି ।

   Related Posts