Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ସମ୍ କୋଭିଡ୍ ହସ୍ପିଟାଲରୁ ସୁସ୍ଥ ହେଲେ ୨୦ ବର୍ଷିୀୟ ଯୁବକ, ଦୀର୍ଘ ଦିନ ଧରି ଥିଲେ ଭେଣ୍ଟିଲେଟରରେ

4/06/2021 at 5:38 PM

ଭୁବନେଶ୍ବର ୪।୬: କରୋନା ମହାମାରୀ ଘାତକ ସତ ତେବେ ଏହାକୁ ପରାସ୍ତ କରିବା ଅସମ୍ଭବ ନୁହେଁ । ଏହି କଥାକୁ ପ୍ରମାଣିତ କରିଛନ୍ତି ଜଣେ ୨୦ ବର୍ଷର ଯୁବକ । ସମ୍ କୋଭିଡ୍ ହସ୍ପିଟାଲରେ କରୋନାକୁ ପରାସ୍ତ କରି ଘରକୁ ଫେରିଛନ୍ତି ପ୍ରତୀକ୍ଷ କାଦାମ୍ବାଲୁ । ଦୀର୍ଘ ଏକ ମାସ ଧରି ଏହି ଅଦୃଶ୍ୟ ଶତୃ ସହିତ ଯୁଦ୍ଧ କରିବା ପରେ ଶେଷରେ କୋଭିଡକୁ ପରାଜୟ କରି ସୁସ୍ଥ ହୋଇ ଘରକୁ ଫେରିଛନ୍ତି ପ୍ରତୀକ୍ଷ ।

ରାୟଗଡ଼ା ଜିଲ୍ଲା ମୁନିଗୁଡା ଅଂଚଳର ଯୁକ୍ତ ୩ ଶେଷ ବର୍ଷର ଛାତ୍ର ପ୍ରତୀକ୍ଷ କରୋନା ସଂକ୍ରମିତ ହୋଇ ଗତ ଅପ୍ରେଲ ୩୦ ତାରିଖ ଦିନ ସମ୍ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ହସ୍ପିଟାଲରେ ଭର୍ତ୍ତି ହେବା ସମୟରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିଲା । ତାଙ୍କୁ ତୁରନ୍ତ ଆଇସିୟୁରେ ଭର୍ତ୍ତି କରାଯାଇ ଚିକିତ୍ସା ଆରମ୍ଭ କରାଯାଇଥିଲା । ସ୍ବାସ୍ଥ୍ୟ ଅବସ୍ଥା କ୍ରମଶଃ ବିଗିଡିବାରୁ ତାଙ୍କୁ ଭେଂଟିଲେଟରରେ ରଖାଯାଇଥିଲା । ଏହା ସହ ତାଙ୍କର ଶରୀରରେ ଟ୍ରାକିଓଷ୍ଟୁମି ମଧ୍ୟ କରାଯାଇଥିଲା ।

ତେବେ ସମ୍‌ର ଡାକ୍ତର, ନର୍ସ ଏବଂ ସ୍ୱାସ୍ଥ୍ୟକର୍ମୀମାନେ ଅକ୍ଳାନ୍ତ ପରିଶ୍ରମ କରିଥିଲେ ତାଙ୍କୁ ସୁସ୍ଥ କରିବା ପାଇଁ । ସେମାନଙ୍କର ପରିଶ୍ରମ ସାର୍ଥକ ବି ହୋଇଥିଲା । ଧିରେ ଧିରେ ସୁସ୍ଥ ହୋଇଥିଲେ ପ୍ରତୀକ୍ଷ । ଭେଂଟିଲେଟରରୁ ବାହାରିବା ସହ କିଛି ଦିନ ମଧ୍ୟରେ ଆଇସିୟୁରୁ ମଧ୍ୟ ତାଙ୍କୁ ବାହାରକୁ ନିଆଯାଇ ୱାର୍ଡରେ ଚିକିତ୍ସା କରାଯାଇଥିଲା । ଧିରେ ଧିରେ ସୁସ୍ଥ ହେବା ସହ କୋଭିଡମୁକ୍ତ ହୋଇଥିଲେ ପ୍ରତୀକ୍ଷ ।

ଏହି ସମୟରେ ତାଙ୍କ ପରିବାର ସହ ନିୟମିତ ଯୋଗାଯୋଗରେ ଥିଲେ ସମ୍ କୋଭିଡ୍ ହସ୍ପିଟାଲର ହେଲ୍ପଡେସ୍କ । ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଷୟରେ ଖବର ଦେବା ସହ ଭିଡିଓ କଲ କରି ପ୍ରତୀକ୍ଷ କିଭଳି ଅଛନ୍ତି ସେ ଦୃଶ୍ୟ ମଧ୍ୟ ପରିବାରକୁ ଦେଖାଉଥିଲେ ।ଦୀର୍ଘ ଏକ ମାସର ଉତ୍ତମ ଚିକିତ୍ସା ଫଳରେ ସେ ଏବେ ସୁସ୍ଥ ହୋଇ ନିଜ ଘର ମୁନିଗୁଡା ଫେରିଯାଇଛନ୍ତି ।

ସମ୍ କୋଭିଡ୍ ହସ୍ପିଟାଲରେ ତାଙ୍କର ଚିକିତ୍ସା ପଦ୍ଧତିକୁ ନେଇ ଡାକ୍ତର, ନର୍ସ, ସ୍ବାସ୍ଥ୍ୟକର୍ମୀଙ୍କୁ କୃତଜ୍ଞତା ଜଣାଇଛନ୍ତି ତାଙ୍କ ପରିବାରବର୍ଗ । ସେମାନଙ୍କର ସେବା, ଚିକିତ୍ସା ଓ ସହଯୋଗ ଫଳରେ ପ୍ରତୀକ୍ଷ ନୂଆ ଜୀବନ ଫେରିପାଇଥିବା କହିଛନ୍ତି ତାଙ୍କ ସମ୍ପର୍କୀୟ ଭାଇ ସୁଧୀର ସାହୁ । ପ୍ରତୀକ୍ଷ ମଧ୍ୟ ଘରକୁ ଫେରିବା ପରେ ବେଶ ଖୁସି ଅଛନ୍ତି ।

   Related Posts