Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହଙ୍ଗା ହେଲା ପ୍ଲାଟଫର୍ମ ଟିକେଟ୍, ପୂର୍ବାପେକ୍ଷା ୩ ଗୁଣା ବଢିଲା ଦାମ୍
  • ||
  • ଭିଜିଲାନ୍ସ ପଞ୍ଝାରେ କିରାଣୀ, ମୃତ୍ୟୁ ପ୍ରମାଣପତ୍ର ପାଇଁ ନେଉଥିଲେ ୬୦୦ ଟଙ୍କା ଲାଞ୍ଚ
  • ||
  • ଆଜି ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ, ପୁରସ୍କୃତ ହେବେ ଶ୍ରେଷ୍ଠ-୧୪ ପ୍ରତିଭାଦୀପ୍ତ ମହିଳା
  • ||
  • ଆଜି ସନ୍ଧ୍ୟାରେ ନ୍ୟୁଜ୍ ସେଭେନ୍ ସର୍ଟଫିଲ୍ମ କଣ୍ଟେଷ୍ଟ୍ ‘ସୋ-କେଶ୍ ୨୦୨୦’ର ପୁରସ୍କାର ବିତରଣୀ, ୧୨ଟି ବର୍ଗରେ ରହିଛି ପୁରସ୍କାର
  • ||
  • ଇଂଲଣ୍ଡ ବ୍ୟାଟିଂରେ ଭନ୍ ନିରାଶ, କହିଲେ- ‘ପିଚ୍ ଭଲ ଥିଲା କିନ୍ତୁ ଖେଳି ପାରିଲେ ନାହିଁ’
  • ||
  • ସୁନ୍ଦରଗଡ଼ : ନଦୀ ପଠାରେ ପଡିଛି ଶରୀରର ବିଭିନ୍ନ କଟା ଅଂଶ, ହତ୍ୟା ପରେ ଫିଙ୍ଗାଯାଇଛି !
  • ||
  • ମାର୍ଚ୍ଚ ୫ରେ ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ
  • ||

ମାଲେଗାଓଁ ବୋମା ବିସ୍ଫୋରଣ ମାମଲା; ଲେଫ୍ଟନାଣ୍ଟ କର୍ଣ୍ଣଲ ପ୍ରସାଦ ଶ୍ରୀକାନ୍ତ ପୁରୋହିତ ଏବଂ ସାଧ୍ବୀ ପ୍ରଜ୍ଞା ସିଂହ ଠାକୁରଙ୍କ ସମେତ ୭ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜଫ୍ରେମ

31/10/2018 at 5:22 PM

ନୂଆଦିଲ୍ଲୀ ୩୧|୧୦:  ୨୦୦୮ରେ ମାଲେଗାଓଁ ବୋମା ବିସ୍ଫୋରଣ ମାମଲାରେ ଲେଫ୍ଟନାଣ୍ଟ କର୍ଣ୍ଣଲ ପ୍ରସାଦ ଶ୍ରୀକାନ୍ତ ପୁରୋହିତ, ସାଧ୍ବୀ ପ୍ରଜ୍ଞା ସିଂହ ଠାକୁରଙ୍କ ସମେତ ୭ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜଫ୍ରେମ୍ ହୋଇଛି । ସ୍ବତନ୍ତ୍ର ଏନ୍‌ଆଇଏ କୋର୍ଟ ଏହି ଚାର୍ଜଫ୍ରେମ୍‌ କରିଛନ୍ତି। ବେଆଇନ କାର୍ଯ୍ୟକଳାପ ପ୍ରତିରୋଧ ଆକ୍ଟ ଅନୁଯାୟୀ ଆତଙ୍କବାଦୀ କାର୍ଯ୍ୟକଳାପ, ହତ୍ୟା ଷଡଯନ୍ତ୍ର ଭଳି ଅଭିଯୋଗ ହୋଇଛି । ଏ ଆଧାରରେ ଅଭିଯୁକ୍ତମାନଙ୍କ ବିରୋଧରେ ମାମଲା ଚାଲିବ ।

ସ୍ବତନ୍ତ୍ର ଏନଆଇଏ ବିଚାରପତି ବିନୋଦ ପଦଲକର ଏହି ମାମଲାରେ ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜଫ୍ରେମ୍‌ କରିଛନ୍ତି। ମାମଲାର ଶୁଣାଣି ସମୟରେ ସମସ୍ତ ଅଭିଯୁକ୍ତ କୋର୍ଟରେ ଉପସ୍ଥିତ ଥିଲେ । ଲେଫ୍ଟନାଣ୍ଟ କର୍ଣ୍ଣଲ ପ୍ରସାଦ ଶ୍ରୀକାନ୍ତ ପୁରୋହିତ, ସାଧ୍ବୀ ପ୍ରଜ୍ଞା ସିଂହ ଠାକୁରଙ୍କ ବ୍ୟତୀତ ଅନ୍ୟ ଅଭିଯୁକ୍ତ ମାନେ ହେଲେ ଅବସରପ୍ରାପ୍ତ ମେଜର ରମେଶ ଉପାଧ୍ୟାୟ, ସମୀର କୁଲକର୍ଣ୍ଣି, ଅଜୟ ରାହିରକର, ସୁଧାକର ଦ୍ବିବେଦୀ । ଆସନ୍ତା ମାସ ୨ ତାରିଖରେ କୋର୍ଟ ଏହି ମାମଲାର ପରବର୍ତ୍ତି ଶୁଣାଣି କରିବେ।

ସୂଚନା ଅନୁସାରେ ୨୦୦୮ ‌ସ‌େପ୍ଟେମ୍ବର ୨୯ତାରିଖରେ ଉତ୍ତର ମହାରାଷ୍ଟ୍ରର ମୁମ୍ବାଇଠାରୁ ୨୦୦ କିମି ଦୂର ମାଲେଗାଓଁ ସହରରେ ଏ‌କ ମସଜିଦ୍‌ ନିକଟରେ ମୋଟରସାଇକେଲ୍ ବୋମା ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣ ଫଳରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦୦ରୁ ଊର୍ଦ୍ଧ୍ବ ଆହତ ହୋଇଥିଲେ।

   Related Posts