ରାଜ୍ୟରେ ଚିହ୍ନଟ ହେଲେ ୨୦୧୯ କରୋନା ସଂକ୍ରମିତ, ୨୬୮୩୬୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | October 18, 2020 IST

ଭୁବନେଶ୍ବର ୧୮।୧୦: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୦୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୮୩୬୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୬୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୫୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୨୯ଜଣ, ବାଲେଶ୍ୱର ଜିଲ୍ଲାରୁ ୬୯ଜଣ, ବରଗଡ଼ ଜିଲ୍ଲାରୁ ୭୭ଜଣ, ଭଦ୍ରକ ଜିଲ୍ଲାରୁ ୪୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୧ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୧୫୦ଜଣ, ଦେଓଗଡ଼ ଜିଲ୍ଲାରୁ ୨୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୮ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୩୩ଜଣ, ଜଗତସିଂହପୁର ଜିଲ୍ଲାରୁ ୬୪ଜଣ, ଯାଜପୁର ଜିଲ୍ଲାରୁ ୭୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୩ଜଣ, କଳାହାଣ୍ଡି ଜିଲ୍ଲାରୁ ୬୯ଜଣ, କନ୍ଧମାଳ ଜିଲ୍ଲାରୁ ୩୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୧ଜଣ, କେନ୍ଦୁଝର ଜିଲ୍ଲାରୁ ୫୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୮୩ଜଣ, କୋରାପୁଟ ଜିଲ୍ଲାରୁ ୪୧ଜଣ, ମାଲକାନଗିରି ଜିଲ୍ଲାରୁ ୨୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୬୦ଜଣ, ନୟାଗଡ଼ ଜିଲ୍ଲାରୁ ୪୦ଜଣ, ନୂଆପଡ଼ା ଜିଲ୍ଲାରୁ ୯୦ଜଣ, ପୁରୀ ଜିଲ୍ଲାରୁ ୩୦ଜଣ, ରାୟଗଡ଼ା ଜିଲ୍ଲାରୁ ୨୪ଜଣ, ସମ୍ବଲପୁର ଜିଲ୍ଲାରୁ ୫୨ଜଣ, ସୋନପୁର ଜିଲ୍ଲାରୁ ୬୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୯ଜଣ, ଷ୍ଟେଟ ପୁଲରୁ ୬୬ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୮୩୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୨୯୪୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୪୪୨୨୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୦୪୩୩୨୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.