ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୦୬ କୋଭିଡ୍ ସଂକ୍ରମିତ, ୩୩୧୬୦୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
9/01/2021 at 11:51 AM

ଭୁବନେଶ୍ବର ୦୯।୦୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୦୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୧୬୦୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୮୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
Covid-19 Report For 8th January, 2021
— I & PR Department, Odisha (@IPR_Odisha) January 9, 2021
New Positive Cases: 206
In quarantine: 119
Local contacts: 87
(Details of local contacts will be shared by concerned District Administration)
District Wise Cases:
1. Angul: 27
2. Balasore: 2
3. Bargarh: 16
4. Bhadrak: 2
5. Balangir: 26
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨୭ଜଣ, ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ୧୬ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୬ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୬ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୬ଜଣ, ଷ୍ଟେଟ ପୁଲ୍ରୁ ୩ଜଣ ରହିଛନ୍ତି ।
22. Sonepur: 3
— I & PR Department, Odisha (@IPR_Odisha) January 9, 2021
23. Sundargarh: 26
24. State Pool: 3
New recoveries: 244
Cumulative tested: 7140339
Positive: 331602
Recovered: 327534
Active cases: 2124
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୧୬୦୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୨୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୭୫୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୧୪୦୩୩୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।