Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ସାମାନ୍ୟ ବଢିଲା କରୋନା : ରାଜ୍ୟରେ ୨୪ ଘଣ୍ଟାରେ ୨୦୭୪ କୋଭିଡ୍ ପଜିଟିଭ୍ ଚିହ୍ନଟ

14/07/2021 at 8:45 AM

ଭୁବନେଶ୍ୱର ୧୪।୦୭ : ଜୁନ ପରେ ଜୁଲାଇ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୦୭୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪୫୭୪୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯୨ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୮୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧୫ଜଣ, ବରଗଡ଼ ଜିଲ୍ଲାରୁ ୩୮ଜଣ, ଭଦ୍ରକ ଜିଲ୍ଲାରୁ ୧୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୭ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୨୮୩ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୧ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୯୯ଜମ, ଯାଜପୁର ଜିଲ୍ଲାରୁ ୧୨୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୮ଜଣ, କେନ୍ଦୁଝର ଜିଲ୍ଲାରୁ ୪୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୪୩ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମାଲକାନଗିରି ଜିଲ୍ଲାରୁ ୪୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୦ଜଣ, ନୟାଗଡ଼ ଜିଲ୍ଲାରୁ ୫୮ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୩୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୬ଜଣ, ସମ୍ବଲପୁର ଜିଲ୍ଲାରୁ ୩୦ଜଣ, ସୋନପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୬ଜଣ, ଷ୍ଟେଟ ପୁଲ୍‌ରୁ ୮୫ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୪୫୭୪୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୨୮୬୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୧୮୦୪୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୭୭୨୯୩୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts