Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଉପରତଳ ହେଉଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୨୦୮ କୋଭିଡ୍ ପଜିଟିଭ୍

6/11/2021 at 9:36 AM

ଭୁବନେଶ୍ୱର ୦୬।୧୧ : ଅକ୍ଟୋବର ପରେ ନଭେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୩୧୫୧ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୮୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୩ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୧୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯୯ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍‌ରୁ ୨୩ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୩୧୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୧୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୧୪୨୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୩୪୮୩୮୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts