Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସନ୍ ଧରି ଫେରୁଥିଲେ, ଓଲଟି ଗଲା ଟ୍ରାକ୍ଟର ଡାଲା, ୨ ମୃତ
  • ||
  • ପୋଲିସର ଅପରେସନ୍ ହାଇଦର : ଚଢାଉ ଜୋରଦାର, ବିଭିନ୍ନ ସ୍ଥାନରେ ଲାଗିଲା ପୋଷ୍ଟର
  • ||
  • ମଙ୍ଗଳବାରଠୁ ଲଗାତାର ୬ ଦିନ ବନ୍ଦ ରହିବ ବ୍ୟାଙ୍କ: ସୋମବାର ସାରି ଦିଅନ୍ତୁ ବ୍ୟାଙ୍କ କାମ
  • ||
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||
  • ମାନିଲେନି କଟକଣା : ଭୁବନେଶ୍ୱର ୪ ନମ୍ୱର ମାର୍କେଟରେ ପୋଲିସର ଚଢାଉ, ଫାଇନ ଦେଲେ ଦୋକାନୀ
  • ||
  • ବଡ଼ବିଲ : ଅଗ୍ନିକାଣ୍ଡରେ ଜଳିଗଲା ୪ଟି ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ଓଡିଶାରେ ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ୧୩୭୯ ପଜିଟିଭ୍ ଚିହ୍ନଟ
  • ||

INS Angreରେ କରୋନା ଆତଙ୍କ, ୨୧ ଭାରତୀୟ ନୌସେନା କର୍ମଚାରୀ କରୋନା ପଜିଟିଭ

18/04/2020 at 8:47 AM

ନୂଆଦିଲ୍ଲୀ ୧୮।୪: କରୋନା ଭାଇରସ୍ ଭାରତ ସହ ସାରା ବିଶ୍ବରେ ତାର କାୟା ବିସ୍ତାର କରିଚାଲିଛି । ପ୍ରତିଦିନ ଲୋକ ଏହି ଭାଇରସ୍ ଦ୍ବାରା ସଂକ୍ରମିତ ହେଉଛନ୍ତି । ଏବେ ଭାରତୀୟ ନୌସେନା କର୍ମଚାରୀଙ୍କ ମଧ୍ୟରେ ଏହାର ବିସ୍ତାର ଭୟ ଦେଖାଦେଇଛି । କୁହାଯାଉଛି ଯେ ନୌସେନାରେ ୨୫ରୁ ଅଧିକ ଲୋକଙ୍କ କରୋନା ପରୀକ୍ଷା କରାଯାଇଛି । ସେମାନଙ୍କ ମଧ୍ୟରୁ ୨୧ ଜଣଙ୍କ ରିପୋର୍ଟ ପଜିଟିଭ ଥିବା ମଧ୍ୟ କୁହାଯାଉଛି ।

ମୁମ୍ବାଇର INS Angreରେ ୨୧ କର୍ମଚାରୀଙ୍କ ରିପୋର୍ଟ ପଜିଟିଭ ଥିବା ଶୁଣିବାକୁ ମିଳୁଛି । କୁହାଯାଉଛି ଯେ INS Angreର ଜଣେ ନାବିକଙ୍କଠାରୁ ଅନ୍ୟମାନଙ୍କୁ ଏହା ସଂକ୍ରମିତ କରିଛି । ୧୭ତାରିଖରେ ନାବିକଙ୍କର ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିଲା । INS Angre ରେ ଲୋକଙ୍କୁ କ୍ବାରେଣ୍ଟାଇନ୍ କରାଯାଇଛି ।

ଦେଶରେ କରୋନା ଭାଇରସ୍ ସଂକ୍ରମିତ ରୋଗୀମାନଙ୍କର ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ଘଟୁଛି । କରୋନା ଭାଇରସ୍ ରୋଗୀଙ୍କୁ ଚିକିତ୍ସା କରୁଥିବା ସ୍ବାସ୍ଥ୍ୟ କର୍ମୀମାନେ ମଧ୍ୟ କରୋନା କରୋନା ସଂକ୍ରମିତ ହେବାର ଆଶଙ୍କା ରହିଛି ।

ଏହାସହ ଭାରତୀୟ ସେନା କିଛି ଅଧିକାରୀ ମଧ୍ୟ କରୋନା ସଂକ୍ରମିତ ହୋଇଥିଲେ । ଭାରତୀୟ ସେନାର ଲେଫ୍ଟନାଣ୍ଟ କର୍ଣ୍ଣେଲ ର୍ୟାଙ୍କ ଡକ୍ଟର ମଧ୍ୟ କୋଭିଡ-୧୯ ପଜିଟିଭ ଚିହ୍ନଟ ହୋଇଥିଲେ । ସେ ଆଣ୍ଟି କୋଭିଡ-୧୯ ଅପରେସନରେ ଡାକ୍ତର ଭାବରେ କାର୍ଯ୍ୟ କରୁଥିଲେ । ତାଙ୍କ ସହ ସେନାରେ କୋରନା ସଂକ୍ରମିତଙ୍କ ସଂଖ୍ୟା ୫କୁ ବୃଦ୍ଧି ପାଇଛି ।

   Related Posts