Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୩୭୮ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

19/05/2021 at 8:55 AM

ଭୁବନେଶ୍ୱର ୧୮।୦୫ :  ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୦୯୯ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୭୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ  କଳାହାଣ୍ଡିରୁ ୩ ଜଣ ରହିଥିବା ବେଳେ ଖୋର୍ଦ୍ଧା, କୋରାପୁଟ, ମୟୂରଭଞ୍ଜ, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ରହିଛନ୍ତି । ସେହିପରି କେନ୍ଦୁଝର, ନୟାଗଡ଼, ନୂଆପଡ଼ା, ପୁରୀ, କନ୍ଧମାଳ, କଟକ, ବଲାଙ୍ଗୀର, ବରଗଡ଼ରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୪୪୪୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୫୩୭୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୩୬୫୯୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ହାସହ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତକଙ୍କ ସଂଖ୍ୟା ୨୩୭୮ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗରେ ୫୩ଜଣଙ୍କ ମୃତ୍ୟୁ ହୋଇଛି ।  ଏବେ ସୁଦ୍ଧା ରାଜ୍ୟରେ ୧୧୦୫୮୩୮୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts