Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଲିଗୁଡା : ପାରିବାରିକ କଳହ ନେଲା ଜୀବନ, ଚୈତନ୍ୟଙ୍କୁ ମାରିଦେଲେ ବାପା ଓ ୨ ଭାଇ
  • ||
  • ବାଙ୍କୀ : ବାଙ୍କୀ ହୁଳୁହୁଳା ପୋଲ ଉପରେ ପୁଣି ୨ ଫୁଟ ବନ୍ୟା ଜଳ ପ୍ରବାହିତ, ଯାତାୟାତ ବାଧାପ୍ରାପ୍ତ
  • ||
  • ଚାନ୍ଦବାଲି : ଚାନ୍ଦବାଲିର ୪ ପଞ୍ଚାୟତର ୧୦ଗୋଟି ଗାଁ ବନ୍ୟା ଘେରରେ, ୨ଟି ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ
  • ||
  • ଓଭରବ୍ରିଜ୍ ଉପରେ ବିରାଟ ଗାତ, ବିପଦସଙ୍କୁଳ ଅବସ୍ଥାରେ ଚଳାଚଳ କରୁଛି ଯାନବାହାନ
  • ||
  • ଚଣ୍ଡିଖୋଲ : ଗ୍ୟାସ୍ ଗାଡି ସହ ବାଇକ୍ ଧକ୍କା : ୨ ଗୁରୁତର, ଜାତୀୟ ରାଜପଥରେ ଗ୍ୟାସ୍ ଲିକ୍
  • ||
  • ମାଟି ଘରେ ଶୋଇଥିଲେ ବୃଦ୍ଧା, ହଠାତ ମାଡି ବସିଲା କାନ୍ଥ
  • ||
  • ଭୁବନେଶ୍ବର : ସିଲ୍ ହେଲା ଭୁବନେଶ୍ବର ତହସିଲ୍ ଓ ଉପଜିଲ୍ଲାପାଳ ଅଫିସ୍, କରୋନା ପଜିଟିଭ୍ ସଂଖ୍ୟା ବଢିବାରୁ ପଦକ୍ଷେପ
  • ||
  • ପାଟଣାଗଡ : ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ମାତିଛନ୍ତି ହାତୀପଲ : ଜଳକ୍ରୀଡା ପରେ ଭାଙ୍ଗୁଛନ୍ତି ଘର, ନଷ୍ଟ କରୁଛନ୍ତି ଫସଲ
  • ||
  • କଟକ : ମୁଣ୍ଡଳୀରେ ବଢିଲା ମହାନଦୀ ଜଳସ୍ତର, ସେପଟେ ନରାଜରେ କାଠଯୋଡି ଜଳସ୍ତର ସାମାନ୍ୟ ବୃଦ୍ଧି
  • ||

ରାଜଧାନୀରୁ ଆଉ ୨୧ କରୋନା ପଜିଟିଭ୍ ଚିହ୍ନଟ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫୨କୁ ବୃଦ୍ଧି

21/07/2020 at 2:05 PM

ଭୁବନେଶ୍ୱର ୨୧।୦୭: ଭୁବନେଶ୍ୱରରୁ ଆଉ ୨୧ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୬ ଜଣ କ୍ୱାରେଣ୍ଟାଇନରେ ରହିଥିବା ବେଳେ ୫ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ସେହିପରି ୪୯ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏନେଇ ବିଏମ୍‌ସି ପକ୍ଷରୁ ଟ୍ୱିଟ୍‌ ଜରିଆରେ ସୂଚନା ଦିଆଯାଇଛି । ତେବେ ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨୫୨ରେ ପହଞ୍ଚିଥିବା ବେଳେ ୬୨୫ଜଣ ସୁସ୍ଥ ହୋଇସାରିଛନ୍ତି । ସେହିପରି ୧୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬୧୪ଟି ଆକ୍ଟିଭ୍‌ କେସ୍‌ ରହିଛି ।

ଭୁବନେଶ୍ବରରେ ଚିହ୍ନଟ ହୋଇଥିବା ୫ଜଣ ସ୍ଥାନୀୟ ଆକ୍ରାନ୍ତଙ୍କ ମଧ୍ୟରୁ ସତ୍ୟନଗର କାଳି ମନ୍ଦିର ନିକଟରୁ ୪୬ ମହିଳା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି କୋଲଥିଆରୁ ୮୧ ବର୍ଷୀୟ ବୃଦ୍ଧା। ଘରୋଇ ହସ୍ପିଟାଲରୁ ୪୬ ବର୍ଷୀୟ ପୁରୁଷ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚନ୍ଦକା ଏଲ୍.ବି ପ୍ରସାଦ ଆଇ ହସ୍ପିଟାଲ ନିକଟରୁ ୪୦ ବର୍ଷୀୟ ପୁରୁଷ ଓ ୩୫ ବର୍ଷୀୟ ମହିଳା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି । ଅନ୍ୟପଟେ ଭୁବନେଶ୍ବରରେ ଆଜି ସର୍ବାଧିକ ୪୯ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

   Related Posts