ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୧୦ କୋଭିଡ୍ ସଂକ୍ରମିତ, ୩୩୨୫୪୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
13/01/2021 at 11:28 AM

ଭୁବନେଶ୍ବର ୧୩।୦୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୨୫୪୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୨ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୮୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
Covid-19 Report For 12th January, 2021
— I & PR Department, Odisha (@IPR_Odisha) January 13, 2021
New Positive Cases: 210
In quarantine: 122
Local contacts: 88
(Details of local contacts will be shared by concerned District Administration)
District Wise Cases:
1. Angul: 24
2. Balasore: 9
3. Bargarh: 8
4. Bhadrak: 2
5. Balangir: 7
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨୪ଜଣ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲା ୧୪ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୩ଜଣ, ମାଲକାନଗିରି ଜିଲ୍ଲାରୁ ୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନୂଆପଡା ଜିଲ୍ଲାରୁ ୫ଜଣ , ପୁରୀ ଜିଲ୍ଲାରୁ ୧୦ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩୦ଜଣ, ଷ୍ଟେଟ ପୁଲ୍ରୁ
23. Sambalpur: 16
— I & PR Department, Odisha (@IPR_Odisha) January 13, 2021
24. Sonepur: 1
25. Sundargarh: 30
26. State Pool: 3
New recoveries: 181
Cumulative tested: 7261900
Positive: 332541
Recovered: 328452
Active cases: 2141
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୨୫୪୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୪୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୮୪୫୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୨୬୧୯୦୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।