ତୃତୀୟ ପର୍ଯ୍ୟାୟ: ୪୨ଟି ବିଧାନସଭା ଆସନ ପାଇଁ ୨୧୧ ଓ ୬ ଲୋକସଭା ଆସନ ପାଇଁ ୩୪ ଜଣ ପ୍ରାର୍ଥୀଙ୍କ ନାମାଙ୍କନ

Published By : Prameya-News7 Bureau | April 03, 2019 IST

ଭୁବନେଶ୍ବର, ୩|୪:  ତୃତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ନିମନ୍ତେ ଆଜି ବିଧାନସଭା ଆସନ ପାଇଁ ୧୦୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ଲୋକସଭା ଆସନ ପାଇଁ ୧୫ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ତୃତୀୟ ପର୍ଯ୍ୟାୟର ୪୨ଟି ବିଧାନସଭା ଆସନ ପାଇଁ ସର୍ବମୋଟ ୨୧୧ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ୬ଗୋଟି ଲୋକସଭା ଆସନ ପାଇଁ ସର୍ବମୋଟ ୩୪ ଜଣ ପ୍ରାର୍ଥୀ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

{"id":99857}

ସେହିପରି ଚତୁର୍ଥ ପର୍ଯ୍ୟୟ ନିର୍ବାଚନ ନିମନ୍ତେ ଆଜି ବିଧାନସଭା ଆସନ ପାଇଁ ୧୪ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ଲୋକସଭା ଆସନ ପାଇଁ ଜଣେ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଚତୁର୍ଥ ପର୍ଯ୍ୟାୟର ୪୨ଟି ବିଧାନସଭା ଆସନ ପାଇଁ ସର୍ବମୋଟ ୧୮ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବାବେଳେ ୬ଗୋଟି ଲୋକସଭା ଆସନ ପାଇଁ ସର୍ବମୋଟ ୨ ଜଣ ପ୍ରାର୍ଥୀ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

 ନିର୍ବାଚନକୁ ଶାନ୍ତିଶୃଙ୍ଖଳା ସହ ପରିଚାଳନା କରିବା ନିମନ୍ତେ ବର୍ତ୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ୭୫୪୯ ଗୋଟି ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ ହୋଇଛି । ଭାରତୀୟ ପିଙ୍ଗଳ କୋର୍ଡ ୧୦୭/୧୧୬ ଧାରା ଅନୁଯାୟୀ ୩୭୮୦୪ ଜଣଙ୍କୁ ଅଟକ ରଖାଯାଇଛି । ୪୬୪୪ ଗୋଟି ଲାଇସେନ୍ସପ୍ରାପ୍ତ ବନ୍ଧୁକ ସଂପୃକ୍ତ ଜିଲ୍ଲା ପ୍ରଶାସନଠାରେ ଜିମା ଦିଆଯାଇଛି । ଲାଇସେନ୍ସ ନଥିବା ୧୯୦ଟି ଅସ୍ତ୍ରଶସ୍ତ୍ର ଏବଂ ୨୭୫.୦୩୨ କିଲୋଗ୍ରାମ ବିସ୍ପୋରକ ଦ୍ରବ୍ୟ ଜବତ କରାଯାଇଛି ।

ଆଜି ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅବକାରୀ ବିଭାଗ ଓ ପୋଲିସ ସହାୟତାରେ ପ୍ରାୟ ୮୯୫୪୨.୨୯୦ ଲିଟର ମଦ ଜବତ କରାଯାଇଛି ଯାହାର ଆନୁମାନିକ ମୂଲ୍ୟ ୨ କୋଟି ୬୮ ଲକ୍ଷ ୨୫ ହଜାର ୭୭୫ ଟଙ୍କା ହେବ । ଆଜି ସୁଦ୍ଧା ରାଜ୍ୟରେ ଫ୍ଲାଇଂ ସ୍କ୍ୱାଡ୍‌ ଏବଂ ପୋଲିସ୍‌ ଦ୍ବାରା ୧ କୋଟି ୨୬ ଲକ୍ଷ ୪୬ ହଜାର ୯୫୦ ଟଙ୍କା ଜବତ କରାଯାଇଛି । ଆଦର୍ଶ ଆଚରଣ ବିଧି ଉଲଂଘନ କରି ଆଜି ସୁଦ୍ଧା ସର୍ବସାଧାରଣ ସ୍ଥାନରେ ଲାଗିଥିବା ୨୧ ଲକ୍ଷ ୧୮ ହଜାର ୨୮୬ଟି ହୋର୍ଡିଂ, ପୋଷ୍ଟର ଆଦିକୁ ହଟାଇ ଦିଆଯାଇଛି ।

ସେହିପରି ଆଜି ସୁଦ୍ଧା ବ୍ୟକ୍ତିଗତ ମାଲିକାନାରେ ଥିବା ସ୍ଥାନରେ ବେଆଇନ୍‌ ଭାବେ ଲାଗିଥିବା ୧ ଲକ୍ଷ ୯୬ ହଜାର ୨୪୫ଟି ହୋର୍ଡିଂ, ପୋଷ୍ଟର ଆଦିକୁ ମଧ୍ୟ ବାହାର କରିଦିଆଯାଇଛି । ରାଜ୍ୟସ୍ତରରେ ଖୋଲାଯାଇଥିବା ନିୟନ୍ତ୍ରଣ କକ୍ଷ ଟେଲିଫୋନ ନଂ ୦୬୭୪-୨୩୯୫୦୧୫କୁ ବର୍ତ୍ତମାନ ସୁଦ୍ଧା ୫୪୫ଟି କଲ୍‌ କରାଯାଇ ନିର୍ବାଚନ ସଂପର୍କିତ ବିଭିନ୍ନ ଅଭିଯୋଗ ବା ସୂଚନା ମିଳିଛି ।

ଆଜି ପର୍ଯ୍ୟନ୍ତ ଓଡ଼ିଶାରେ ସି-ଭିଜିଲ୍‌ ଆପ୍‌ ମାଧ୍ୟମରେ ୬୪୭ଟି ଅଭିଯୋଗ ଗ୍ରହଣ କରାଯାଇଥିବାବେଳେ ସେଥି ମଧ୍ୟରୁ ୫୬୪ଟି ଅଭିଯୋଗର ସମାଧାନ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.