Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

କମୁଛି ସଂକ୍ରମଣ ଗ୍ରାଫ୍ : ଭୁବନେଶ୍ବରରୁ ଦିନକରେ ୨୧୧ ଆକ୍ରାନ୍ତ ଚିହ୍ନଟ, ୨୭୨ସୁସ୍ଥ

3/07/2021 at 7:43 PM

ଭୁବନେଶ୍ବର ୦୩/ ୦୭ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ ଧିରେ ଧିରେ ଖସୁଛି । ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୨୧୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୬୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୧୪୮ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୯୧, ୧୧୯ । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୮୯,୩୯୨ ଜଣ ସୁସ୍ଥ ହୋଇସାରିଛନ୍ତି । ୪୬୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨୪୧ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୨୭୨ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଗତକାଲି ଭୁବନେଶ୍ବରରୁ ୩୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

   Related Posts