Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ଭୁବନେଶ୍ବର : ରାଜ୍ୟରେ ବୁଧବାରଠୁ ପୁଣି ଟିକାକରଣ, ଟିକା ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ଜଣ ସ୍ଵାସ୍ଥ୍ୟକର୍ମୀ
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||
  • ବଲାଙ୍ଗୀର : ବିଚାରାଧୀନ କଏଦୀ ମୃତ, ହତ୍ୟା ମାମଲାରେ ଥିଲେ ଅଭିଯୁକ୍ତ
  • ||
  • ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ରାଜ୍ୟରେ ଚିହ୍ନଟ ହେଲେ ୨୧୩୮ କରୋନା ସଂକ୍ରମିତ, ୨୬୪୧୪୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

16/10/2020 at 11:28 AM

ଭୁବନେଶ୍ବର ୧୬।୧୦: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୧୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୪୧୪୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୫୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୮୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୫୧ଜଣ, ବାଲେଶ୍ୱର ଜିଲ୍ଲାରୁ ୫୭ଜଣ, ବରଗଡ଼ ଜିଲ୍ଲାରୁ ୭୩ଜଣ, ଭଦ୍ରକ ଜିଲ୍ଲାରୁ ୪୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୯ଜଣ, ବୌଦ୍ଧ ଜିଲ୍ଲାରୁ ୨୧ଜଣ, କଟକ ଜିଲ୍ଲାରୁ ୧୫୬ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୮ଜଣ, ଗଜପତି ଜିଲ୍ଲାରୁ ୮ଜଣ, ଗଞ୍ଜାମ ଜିଲ୍ଲାରୁ ୧୮ଜଣ, ଜଗତସିଂହପୁର ଜିଲ୍ଲାରୁ ୬୬ଜଣ, ଯାଜପୁର ଜିଲ୍ଲାରୁ ୭୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୫ଜଣ, କଳାହାଣ୍ଡି ଜିଲ୍ଲାରୁ ୫୧ଜଣ, କନ୍ଧମାଳ ଜିଲ୍ଲାରୁ ୨୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୨ଜଣ, କେନ୍ଦୁଝର ଜିଲ୍ଲାରୁ ୪୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬୧ଜଣ, କୋରାପୁଟ ଜିଲ୍ଲାରୁ ୩୮ଜଣ, ମାଲକାନଗିରି ଜିଲ୍ଲାରୁ ୫୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୧ଜଣ, ନୟାଗଡ଼ ଜିଲ୍ଲାରୁ ୩୧ଜଣ, ନୂଆପଡ଼ା ଜିଲ୍ଲାରୁ ୪୧ଜଣ, ପୁରୀ ଜିଲ୍ଲାରୁ ୭୩ଜଣ, ରାୟଗଡ଼ା ଜିଲ୍ଲାରୁ ୨୫ଜଣ, ସମ୍ବଲପୁର ଜିଲ୍ଲାରୁ ୫୩ଜଣ, ସୋନପୁର ଜିଲ୍ଲାରୁ ୮୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩୭ଜଣ, ଷ୍ଟେଟପୁଲରୁ ୬୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୪୧୪୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୪୪୫୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୩୮୫୩୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୯୫୯୭୧୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts