Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||
  • ନୂଆଦିଲ୍ଲୀ : ସନ୍ଦୀପ କଟାରିଆ ହେଲେ ବାଟା ଗ୍ଲୋବାଲର ସିଇଓ, ପ୍ରଥମ ଭାରତୀୟ ଭାବେ ମିଳିଲା ଦାୟିତ୍ୱ
  • ||
  • ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଉଡିଲା ଟାଟା ସୁମୋ, ୨ ଗୁରୁତର
  • ||

ଗଞ୍ଜାମରୁ ଆଜି ୨୧୮ କୋଭିଡ଼-୧୯ ଆକ୍ରାନ୍ତ ଚିହ୍ନଟ, ୪୩ କରୋନା ଯୋଦ୍ଧା ସଂକ୍ରମିତ

11/07/2020 at 3:55 PM

ବ୍ରହ୍ମପୁର ୧୧।୦୭: ସାରା ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି । ଆଜି ରାଜ୍ୟରେ ୫୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ଗଞାମ ଜିଲ୍ଲାରେ ୨୧୮ ଜଣ କରୋନା ଆକ୍ରାନ୍ତ ରହିଥିବା ବେଳେ ଦୁଇଜଣଙ୍କ ମୃତ୍ୟୁ ମଧ୍ୟ ହୋଇଥିବା ସୂଚନା  ମିଳିଛି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମିଶାଇ ଜିଲ୍ଲାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୫୦୦ ଟପିଛି । ଆକ୍ରାନ୍ତଙ୍କ ସଂଖ୍ୟା ୩୬୩୪ ରେ ପହଞ୍ଚିବା ବେଳେ ମୃତ୍ୟୁ ସଂଖ୍ୟା ୩୪ରେ ପହଞ୍ଚିଛି । ସେହିପରି ଜିଲ୍ଲାରେ ୧୮୯୨ଜଣ ସୁସ୍ଥ ହୋଇଥିବା ବେଳେ ୧୭୦୮ଟି ଆକ୍ଟିଭ୍‌ କେସ୍‌ ରହିଛି ।

ତେବେ ଆଜି ଚିହ୍ନଟ ହୋଇଥିବା ୨୧୮ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪୩ ଜଣ କରୋନା ଯୋଦ୍ଧା ରହିଛନ୍ତି । ସେହିପରି ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳରେ ୭ କରୋନା ଯୋଦ୍ଧା ଏବଂ ୩୪ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା  ଜିଲ୍ଲାପାଳ ଟ୍ୱିଟ ମାଧ୍ୟମରେ ସୂଚନା ଦେଇଛନ୍ତି । ଆଜି ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳରୁ ମୋଟ ୪୧ ଜଣ ଚିହ୍ନଟ ହୋଇଥିବା ସୂଚନା ଦେଇଛନ୍ତି ।

   Related Posts