Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଡ ଘରେ ‘ଭିନେ’ କଳି : ହିନ୍ଦୁଜା ୪ ଭାଇଙ୍କ ସମ୍ପର୍କରେ ଆତ୍ମୀୟ ବାଧକ, ମାମଲା କୋର୍ଟରେ
  • ||
  • କାନପୁର ଟେଷ୍ଟ : କିଓ୍ୱି ବୋଲରଙ୍କ ଦମଦାର ବୋଲିଂ, ପ୍ରଥମ ଇନିଂସରେ ଭାରତ ୩୪୫ରେ ଅଲଆଉଟ୍
  • ||
  • ପଦାର୍ପଣ ଟେଷ୍ଟରେ ଶ୍ରେୟସ ଆୟରଙ୍କ ଦମଦାର ଶତକ, ନିରାଶ କଲେ ରିଦ୍ଧିମାନ ଶାହ ଓ ଅକ୍ଷର ପଟେଲ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୧୯ କରୋନା ସଂକ୍ରମିତ, ୧୦୪୮୨୨୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଜନ୍ମହେଲା ୨ ମୁଣ୍ଡିଆ ଶିଶୁ, ହସ୍ପିଟାଲରେ ଛାଡି ଫେରାର ହୋଇଗଲେ ବାପା-ମାଆ
  • ||
  • ମାତିଲେ ଝାଡଖଣ୍ଡୀ ହାତୀପଲ, ନଷ୍ଟକଲେ ଧାନ ଫସଲ
  • ||
  • ଟ୍ରକ୍ ସହ ଧକ୍କା ହେଲା କିଙ୍ଗଫିସର ବସ୍, ଏକାଧିକ ଯାତ୍ରୀ ଆହତ
  • ||
  • ଗଜପତିରେ ଅପରେସନ ଗ୍ରୀନ୍ କ୍ଲିନ୍, ୧୪ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଅପରେସନ ନୀଳ ଜହର : ୧୫ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ପଦାର୍ପଣ ଟେଷ୍ଟରେ ଶ୍ରେୟସଙ୍କ ଦମଦାର ବ୍ୟାଟିଂ, ଭାଙ୍ଗିଲେ ଗାଭାସ୍କରଙ୍କ ରେକର୍ଡ
  • ||

କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୨୧୮୨ କରୋନା ପଜିଟିଭ୍

17/07/2021 at 8:39 AM

ଭୁବନେଶ୍ୱର ୧୭।୦୭ : ଜୁନ ପରେ ଜୁଲାଇ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୧୮୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୨୧୧୧ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୫୮ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୯୨୪ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬୧ଜଣ, ବରଗଡ଼ ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ୭୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୬ଜଣ, କଟକ ଜିଲ୍ଲାରୁ ୩୦୮ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୭୦ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୮୭ଜଣ, ଯାଜପୁର ଜିଲ୍ଲାରୁ ୧୭୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୧୩ଜଣ, କନ୍ଧମାଳ ଜିଲ୍ଲାରୁ ୧୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୫ଜଣ, କେନ୍ଦୁଝର ଜିଲ୍ଲାରୁ ୪୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୧୦ଜଣ, କୋରାପୁଟ ଜିଲ୍ଲାରୁ ୨୮ଜଣ, ମାଲକାନାଗିରି ଜିଲ୍ଲାରୁ ୨୫, ମୟୁରଭଞ୍ଜ ଜିଲ୍ଲାରୁ ୯୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୬ଜଣ, ନୟାଗଡ଼ ଜିଲ୍ଲାରୁ ୭୫ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୯୪ଜଣ, ରାୟଗଡ଼ା ଜିଲ୍ଲାରୁ ୨୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୪ଜଣ, ସୋନପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୪ଜଣ, ଷ୍ଟେଟ ପୁଲ୍‌ରୁ ୯୩ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୫୨୧୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୫୪୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୨୫୫୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୯୮୮୫୩୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts