କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୨୨୧୫ କରୋନା ପଜିଟିଭ୍

Published By : Prameya-News7 Bureau | July 18, 2021 IST

ଭୁବନେଶ୍ୱର ୧୮।୦୭ : ଜୁନ ପରେ ଜୁଲାଇ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୨୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୪୩୨୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୭୨ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୯୪୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫୦ଜଣ, ବରଗଡ଼ ଜିଲ୍ଲାରୁ ୧୪ଜଣ, ଭଦ୍ରକ ଜିଲ୍ଲାରୁ ୭୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮ଜଣ, ବୌଦ୍ଧ ଜିଲ୍ଲାରୁ ୧୬ଜଣ, କଟକ ଜିଲ୍ଲାରୁ ୩୪୮ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୫୪ଜଣ, ଗଜପତି ଜିଲ୍ଲାରୁ ୧୭ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୬ଜଣ, ଯାଜପୁର ଜିଲ୍ଲାରୁ ୧୨୪ଜଣ, ଝାରସୁଗୁଡ଼ା ଜିଲ୍ଲରାୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ୧୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯୫ଜଣ, କେନ୍ଦୁଝର ଜିଲ୍ଲାରୁ ୪୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୮୩ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମାଲକାନାଗିରି ଜିଲ୍ଲାରୁ ୨୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୬୯ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୮୪ଜଣ, ରାୟଗଡ଼ା ଜିଲ୍ଲାରୁ ୨୯ଜଣ, ସମ୍ବଲପୁର ଜିଲ୍ଲାରୁ ୪୧ଜଣ, ସୋନପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୩ଜଣ, ଷ୍ଟେଟ ପୁଲ୍‌ରୁ ୧୦୦ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୫୪୩୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୨୮୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୨୭୯୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୦୬୬୦୫୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.