ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୨୨ କୋଭିଡ୍ ସଂକ୍ରମିତ, ୩୩୨୭୬୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | January 14, 2021 IST

ଭୁବନେଶ୍ବର ୧୪।୦୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୨୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୨୭୬୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୭ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୯୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨୮ଜଣ, ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ୨୨ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୮ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୩ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୨୧ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୪ଜଣ, ଷ୍ଟେଟ୍‌ ପୁଲ୍‌ରୁ ୩ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୨୭୬୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୯୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୮୬୨୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୨୯୨୦୬୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.