Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||

୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା

30/11/2021 at 9:36 AM

ଭୁବନେଶ୍ୱର ୩୦।୧୧: ରାଜ୍ୟରେ ଧୀରେ ଧୀରେ ଖସୁଛି ସଂକ୍ରମଣ ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୯୧୦୮ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୧୩୪ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୪ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୫ ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୭ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯୬ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୧ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୦ଜଣ, ରାୟଗଡ଼ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୯୧୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୩୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୮୩୦୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୭୨୭୮୭୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts