ଭୁବନେଶ୍ବର୨୭/୦୭ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ୍ ଖସୁଛି କିନ୍ତୁ ସୁସ୍ଥଙ୍କ ତୁଳନାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୨୩୩ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୫୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୧୭୮ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୯୮, ୫୮୫ । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୯୫,୭୨୦ ଜଣ ସୁସ୍ଥ ହୋଇସାରିଛନ୍ତି । ୭୭୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦୬୫ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୧୮୦ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଗତକାଲି ଭୁବନେଶ୍ବରରୁ ୨୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।
wp:embed {"url":"https://twitter.com/bmcbbsr/status/1420008373349613570","type":"rich","providerNameSlug":"twitter","responsive":true,"className":""} /wp:embedସୋନପୁର ସମାବେଶ ପରେ ପ୍ରାର୍ଥୀ ଓ କାର୍ଯ୍ୟକର୍ତ୍ତାଙ...