ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୩୪ କୋଭିଡ୍ ସଂକ୍ରମିତ, ୩୨୮୭୩୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
28/12/2020 at 11:38 AM

ଭୁବନେଶ୍ବର ୨୮।୧୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୮୭୩୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୬ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୯୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
Covid-19 Report For 27th December
— I & PR Department, Odisha (@IPR_Odisha) December 28, 2020
New Positive Cases: 234
In quarantine: 136
Local contacts: 98
(Details of local contacts will be shared by concerned District Administration)
District Wise Cases:
1. Angul: 36
2. Balasore: 10
3. Bargarh: 2
4. Bhadrak: 3
5. Balangir: 10
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୨୮ଜଣ, ଷ୍ଟେଟ୍ ପୁଲ୍ରୁ ୬ଜଣ ରହିଛନ୍ତି ।
23. Sonepur: 1
— I & PR Department, Odisha (@IPR_Odisha) December 28, 2020
24. Sundargarh: 28
25. State Pool: 6
New recoveries: 319
Cumulative tested: 6855829
Positive: 328738
Recovered: 324068
Active cases: 2753
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୮୭୩୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୭୫୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୪୦୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୮୫୫୮୨୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।