Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର-ଜାନୁଆରୀ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ: ଭୁବନେଶ୍ବର ଷ୍ଟେସନ ଓ ଏୟାରପୋର୍ଟରେ କରିପାରିବେ କୋଭିଡ୍‌ ଟେଷ୍ଟ
  • ||
  • ପରୀ ବାପା-ମା’ଙ୍କୁ ଭେଟିଲେ ବିଜେପି ଟିମ୍, ସିବିଆଇ ତଦନ୍ତ ଦାବି
  • ||
  • ରାଉରକେଲା : ଚଳନ୍ତା ଟ୍ରେନ୍‌ର ଟୟଲେଟ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଯୁବକ ଗିରଫ
  • ||
  • କଟକ : ପୁଣି ଏକ ନକଲି ଘିଅ କମ୍ପାନୀରେ ଚଢାଉ, କୋଟିଏ ଟଙ୍କାର ଅପମିଶ୍ରିତ ସାମଗ୍ରୀ ଜବତ
  • ||
  • ପ୍ରେମ: ସେୟାର ଚାଟ୍‌ରୁ ଆରମ୍ଭ ଫେସବୁକରେ ଶେଷ, ସୋସିଆଲ ମିଡିଆରେ ପ୍ରେମିକାଙ୍କ ଅଶ୍ଲୀଳ ଫଟୋ ପୋଷ୍ଟ କଲେ ପ୍ରେମିକ
  • ||
  • ନୂଆପଡା : ମେଡିକାଲରେ ଚାକିରୀ ଦେବାକୁ କହି ଠକୁଥିଲା ଯୁବକ, ଗିରଫ କଲା ପୋଲିସ
  • ||
  • ସମ୍ବଲପୁର : ଦନ୍ତା ହାତୀର ମୃତଦେହ ଠାବ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ଅଭିଯୋଗ
  • ||
  • ଗଞ୍ଜାମ : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ବିଜେପି ଓ କଂଗ୍ରେସ ପକ୍ଷରୁ ଏତଲା
  • ||
  • ପୁରୀ : ଅନଲାଇନରେ ନିର୍ମାଲ୍ୟ ବିକ୍ରି କରିବା ନେଇ ସିଂହଦ୍ବାର ଥାନାରେ ଆମାଜନ ଇଣ୍ଡିଆ ବିରୋଧରେ ସେବାୟତଙ୍କ ଏତଲା
  • ||
  • ସୋର : ଓଭରଲୋଡିଂ ପାଇଁ ଗଣିଲେ ତଣ୍ଡ, ୩ଲକ୍ଷ ଜରିମନା ଦେଲେ ୬ ଡମ୍ଫର
  • ||

ରାଜଧାନୀରୁ ଚିହ୍ନଟ ହେଲେ ଆଉ ୨୩୭ କରୋନା ସଂକ୍ରମିତ, ୧୦୧ ହେଲେ ସୁସ୍ଥ

13/08/2020 at 7:26 PM

ଭୁବନେଶ୍ୱର ୧୩।୮: ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୧୯୮୧ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ରାଜଧାନୀ ଭୁବନେଶ୍ୱରରୁ ଆଉ ୨୩୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି  । ଏହାସହ ମୋଟ୍ ପଜିଟିଭ୍ ସଂଖ୍ୟା ୪୫୯୫ରେ ପହଁଚିଛି । ସଂକ୍ରମିତଙ୍କ ମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟାଇନରେ ଥିବାବେଳେ ୧୦୫ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।

ସେହିପରି ୧୦୧ ଜଣ ଆରୋଗ୍ୟ ଲାଭ ମଧ୍ୟ କରିଛନ୍ତି । ରାଜଧାନୀରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୪୫୯୫ ଥିବା ବେଳେ ୧୫୫୧ ଆକ୍ଟିଭ୍ କେସ୍ ରହିଛି । ୨୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦୧୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୨୬୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୮୦୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୬୪୭୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୬୫୦୬୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି

   Related Posts