ଉପରମୁଣ୍ଡରେ ଲାଗି ରହିଛି ବର୍ଷା, ହୀରାକୁଦରୁ ମୋଟ ୨୪ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି

Published By : Prameya-News7 Bureau | September 16, 2021 IST

ସମ୍ବଲପୁର ୧୬।୦୯ : ଉପରମୁଣ୍ଡରେ ଲଗାଣ ବର୍ଷା । ଯାହାଫଳରେ ହୀରାକୁଦରେ ଏବେ ଜଳସ୍ତର ବଢିବାର ଲାଗିଛି । ତେବେ ଏହାକୁ ଦୃଷ୍ଟିରେ ରଖି ହୀରାକୁଦ ଜଳଭଣ୍ଡାରର ୨୪ଟି ଗେଟ୍‌ ଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାର୍ଶ୍ବରେ ୧୬ ଏବଂ ଡାହାଣ ପାର୍ଶ୍ବରେ ୮ଟି ଗେଟ ଦେଇ ଜଳ ନିଷ୍କାସନ ଜାରି ରହିଛି ।

ଉଲ୍ଲେଖଯୋଗ୍ୟ ଯେ, ବର୍ତ୍ତମାନ ୨୪ଟି ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ଜଳ ନିଷ୍କାସନ ଜାରି ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୪ ଲକ୍ଷ ୩୫ ହଜାର ୭୯୪ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ଜଳଭଣ୍ଡାର ମଧ୍ୟରୁ ୪ ଲକ୍ଷ ୨୩ ହଜାର ୦୮୯ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି । ହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ ରହିଥିବା ବେଳେ ଆଜି ସକାଳ ୬ଟା ସୁଦ୍ଧା ୬୨୮.୩୯ ଫୁଟ ଜଳସ୍ତର ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.