Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ କୋଭିଡ୍ ସଂକ୍ରମିତ, ଗୋଟିଏ ଦିନରେ ଡାକ୍ତରଖାନାରୁ ଫେରିଲେ ୨୪୩

30/06/2020 at 5:08 PM

ଭୁବନେଶ୍ୱର, ୩୦|୦୬: ମଙ୍ଗଳବାର ରାଜ୍ୟରେ ରେକର୍ଡ ସଂଖ୍ୟକ ୨୪୩ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି । ଏହାସହ ମୋଟ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୫୧୮୯ରେ ପହଁଚିଛି ।

ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଗଜପତିର ୫୯ ଜଣ ଥିବା ବେଳେ ଗଞ୍ଜାମର ୪୧, ଖୋର୍ଧାର ୩୮, କନ୍ଧମାଳ ୧୭, ଝାରସୁଗୁଡା ୧୫, ସୁନ୍ଦରଗଡ ୧୦, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡାରୁ ୮ଜଣ ଲେଖାଏଁ ରହିଛନ୍ତି । ସେହିପରି କୋରାପୁଟରୁ ୭, ବରଗଡ ଓ ମୟୂରଭଞ୍ଜରୁ ୬, ଜଗତସିଂପୁରରୁ ୫, କଟକ, ମାଲକାନଗିରି ଓ ନବରଙ୍ଗପୁରର ୪ଜଣ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି । ଏତତ୍ ବ୍ୟତୀତ ବାଲେଶ୍ୱରରୁ ୨ ଓ କଳାହାଣ୍ଡିରୁ ଜଣେ ଆରୋଗ୍ୟ ଲାଭ କରିଛନ୍ତି ।

 ରାଜ୍ୟରେ ମଙ୍ଗଳବାର ଆଉ ୨୦୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୦୬୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୨ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୧୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

   Related Posts