ରାଜ୍ୟରେ ଚିହ୍ନଟ ହେଲେ ୨୪୭୦ କରୋନା ସଂକ୍ରମିତ,୨୬୨୦୧୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

Published By : Prameya-News7 Bureau | October 15, 2020 IST

ଭୁବନେଶ୍ବର ୧୫।୧୦: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୪୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୨୦୧୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୬୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୦୦୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

wp:html /wp:html

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ  ୧୭୦ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦୬, ବରଗଡ଼ ଜିଲ୍ଲାରୁ ୬୯ଜଣ, ଭଦ୍ରକ ଜିଲ୍ଲାରୁ ୬୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୧ଜଣ, ବୌଦ୍ଧ ଜିଲ୍ଲାରୁ ୭୦ଜଣ, କଟକ ଜିଲ୍ଲାରୁ ୧୮୬ଜଣ, ଦେଓଗଡ଼ ଜିଲ୍ଲାରୁ ୧୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୦ଜଣ, ଗଜପତି ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ୩୬ଜଣ, ଜଗତସିଂହପୁର ଜିଲ୍ଲାରୁ ୬୪ଜଣ, ଯାଜପୁର ଜିଲ୍ଲାରୁ ୭୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୪ଜଣ, କଳାହାଣ୍ଡି ଜିଲ୍ଲାରୁ ୫୫ଜଣ, କନ୍ଧମାଳ ଜିଲ୍ଲାରୁ ୪୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮୭ଜଣ, କେନ୍ଦୁଝର ଜିଲ୍ଲାରୁ ୪୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬୮ଜଣ, କୋରାପୁଟ ଜିଲ୍ଲାରୁ ୩୨ଜଣ, ମାଲକାନଗିରି ଜିଲ୍ଲାରୁ ୩୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୫୮ଜଣ, ନୟାଗଡ଼ ଜିଲ୍ଲାରୁ ୨୩ଜଣ, ନୂଆପଡ଼ା ଜିଲ୍ଲାରୁ ୮୫ଜଣ, ପୁରୀ ଜିଲ୍ଲାରୁ ୮୭ଜଣ, ରାୟଗଡ଼ା ଜିଲ୍ଲାରୁ ୩୧ଜଣ, ସମ୍ବଲପୁର ଜିଲ୍ଲାରୁ ୫୪ଜଣ, ସୋନପୁର ଜିଲ୍ଲାରୁ ୫୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬୧ଜଣ, ଷ୍ଟେଟ ପୁଲ୍‌ରୁ ୭୨ଜଣ ରହିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୨୦୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୫୧୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୩୫୭୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୯୨୧୧୪୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.